Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟର ସମସ୍ତ ସହରାଞ୍ଚଳରେ ଶନିବାର ଓ ରବିବାର ସଟ୍‌ଡାଉନ୍‌
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୧୫୦୩ କରୋନା ଆକ୍ରାନ୍ତ
  • ||
  • ଭଦ୍ରକ : ଚାକିରୀରୁ ବିଦା ହେଲେ ରସିକିଆ ଶିକ୍ଷକ, ହ୍ବାଟସଆପ୍ ଗ୍ରୁପରେ ପଠାଇଥିଲେ ନିଜ ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ
  • ||
  • ଆନନ୍ଦପୁର : ବାଲି ଗାଡି ମାଲିକଙ୍କୁ ହାବିଲଦାର ମାଗୁଥିଲେ ଚାନ୍ଦା, ଆଜି ଶୁଣିଲା ପରେ ଏସପି କଲେ ସସପେଣ୍ଡ
  • ||
  • ସମ୍ବଲପୁର : ବିଗୁଡୁଛି କରୋନା ସ୍ଥିତି : ଭୀମସାର କୋଭିଡ୍ ହସ୍ପିଟାଲର ବଢିବ ଶଯ୍ୟା, ଚାଲିଛି ଦ୍ବିତୀୟ ହସ୍ପିଟାଲ କାମ
  • ||
  • ଜଳେଶ୍ବର : ବସ୍ତା ଷ୍ଟେସନରେ ଏକ୍ସପ୍ରେସ୍ ଟ୍ରେନ୍ ରହଣି ଦାବି, ରେଳରୋକ କଲେ ସ୍ଥାନୀୟ ବାସିନ୍ଦା
  • ||
  • ମହାକାଳପଡା : କେନ୍ଦ୍ରାପଡାରେ ତାଣ୍ଡବ ରଚିଲା କାଳବୈଶାଖୀ, ବଜ୍ରପାତରେ ଚାଲିଗଲା ଜଣଙ୍କ ଜୀବନ
  • ||
  • ଖଲ୍ଲିକୋଟ : ବରଗଛ ମୂଳରୁ ନବଜାତ ଶିଶୁର ମୃତଦେହ ଉଦ୍ଧାର
  • ||
  • ନବରଙ୍ଗପୁର : ୧୦ଦିନ ପରେ ହୋଇଥାନ୍ତା ବାହାଘର, ଗଛରେ ଓଢଣୀ ବାନ୍ଧି ପ୍ରେମିକ ସହ ଝୁଲିପଡିଲେ ଯୁବତୀ
  • ||
  • ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନସନ୍‌ଙ୍କ ଭାରତ ଗସ୍ତ ବାତିଲ
  • ||

ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲା: ଟିଆଇ ପରେଡ୍‌ରେ ଅଭିଯୁକ୍ତ ବିବନ ବିଶ୍ଵାଳକୁ ଚିହ୍ନଟ କଲେ ଅଞ୍ଜନା

3/03/2021 at 4:20 PM

ଭୁବନେଶ୍ୱର,୦୩/ ୦୩:  ବହୁଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲାରେ ବୁଧବାର ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ଵାଳର ଟିଆଇ ପରେଡ ଝାରପଡା ଜେଲ୍‌ ପରିସରରେ ଶେଷ ହୋଇଛି। ଟିଆଇ ପରେଡ୍ ସମୟରେ ଅଞ୍ଜନା ମିଶ୍ର ଅଭିଯୁକ୍ତ ବିବନକୁ ଚିହ୍ନଟ କରିଛନ୍ତି। ଜେଏମଏଫସି ସୃଜାଲିନ ମହାନ୍ତିଙ୍କ ତତ୍ତ୍ଵାବଧାନରେ ଟିଆଇ ପରେଡ୍ ଶେଷ ହୋଇଛି। ଅଭିଯୁକ୍ତ ବିବନ  ବିଶ୍ଵାଳକୁ ଚିହ୍ନିବା ପାଇଁ ଏହି ଟିଆଇ ପରେଡ୍ ହୋଇଛି।   

ଟିଆଇ ପରେଡ୍ ପରେ ଜେଲ୍‌ରୁ ବାହାରିବା ପରେ ଅଞ୍ଜନା କହିଛନ୍ତି ଯେ, ଟିଆଇ ପରେଡ୍‌ରେ ୧୦ ଜଣ ଛିଡା ହୋଇଥିଲେ। କଣ ଆପଣ ଅଭିଯୁକ୍ତଙ୍କୁ ଚିହ୍ନି ପାରିଲେ ? ପ୍ରଶ୍ନର ଉତ୍ତରରେ କୋର୍ଟରେ ଜଣା ପଡିବ ବୋଲି ସେ କହିଛନ୍ତି। ତେବେ ଟିଆଇ ପରେଡ୍‌ରେ ଅଭିଯୁକ୍ତ ବିବନଙ୍କୁ ଅଞ୍ଜନା ଚିହ୍ନଟ କରିଛନ୍ତି। ଏପରିକି ଘଟଣା ଦିନ ଗାଡି ଚଳାଉଥିବା ଡ୍ରାଇଭର ନୀଳକଣ୍ଠକୁ ମଧ୍ୟ ସେ ଚିହ୍ନି ପାରିଥିବା ଅଞ୍ଜନା କହିଛନ୍ତି।

୧୯୯୯ ମସିହା ବହୁ ଚର୍ଚ୍ଚିତ ବାରଙ୍ଗ ଗଣଦୁଷ୍କର୍ମ ମାମଲାରେ ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ବାଳକୁ ୪ ଓ ୫ ତାରିଖ ୨ ଦିନିଆ ରିମାଣ୍ଡରେ ନେବ ସିବିଆଇ ଟିମ୍ । ତା ପୂର୍ବରୁ ବୁଧବାର ଜେଲରେ ଥିବା ବିବନର ଟିଆଇ ପରେଡ କରାଯାଇଛି। ଭୁବନେଶ୍ବର ଜେଏମଏଫସିଙ୍କ ଉପସ୍ଥିତରେ ଝାରପଡା ଜେଲ୍ ଭିତରେ ଟିଆଇ ପରେଡ ହୋଇଛି। ଏହି ସମୟରେ ପୀଡ଼ିତା ଉପସ୍ଥିତ ରହିବେ ।

ବିବନକୁ ୫ ଦିନିଆ ରିମାଣ୍ଡ ପାଇଁ ଭୁବନେଶ୍ବର ସ୍ବତନ୍ତ୍ର ସିଜେଏମଙ୍କ ନିକଟରେ ଆବେଦନ କରିଥିଲା ସିବିଆଇ ଟିମ୍ । ହେଲେ ୨ ଦିନିଆ ରିମାଣ୍ଡ ପାଇଁ ଅନୁମତି ଦେଇଛନ୍ତି ସ୍ପେଶାଲ ସିଜେଏମ ସିବିଆଇ କୋର୍ଟ । ଦୁଇ ଦିନିଆ ରିମାଣ୍ଡ ସମୟରେ ବାରଙ୍ଗର ସେହି ଘଟଣାସ୍ଥଳକୁ ବିବନକୁ ନେଇପାରେ ସିବିଆଇ ।

କମିଶନରେଟ୍ ପୋଲିସର ସ୍ବତନ୍ତ୍ର ଟିମ୍ ଅପରେସନ ‘ସାଇଲେଣ୍ଟ ଭାଇପର’ ଜରିଆରେ ପୁନେରୁ ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ବାଳକୁ ଗିରଫ କରିଥିଲା । ଏହାପରେ ୧୪ ଦିନିଆ ବିଚାର ବିଭାଗୀୟ ହାଜତରେ ରହିଛି ବିବନ । ୧୯୯୯ ମସିହା ଜାନୁଆରୀ ୯ ତାରିଖରେ ଘଟିଥିଲା ଏହି ଘଟଣା । ୨୨ ବର୍ଷ ଭିତରେ ମାମଲାରେ ଗିରଫ ଅନ୍ୟ ଜଣେ ଅଭିଯୁକ୍ତଙ୍କ ମୃତ୍ୟୁ ମଧ୍ୟ ହୋଇ ସାରିଲାଣି ।

   Related Posts