Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୂଆଦିଲ୍ଲୀ : MDH ମସଲାର ପ୍ରତିଷ୍ଠାତା ଧର୍ମପାଲ ଗୁଲାଟୀଙ୍କ ପରଲୋକ
  • ||
  • ଗୋପ : ଜୀବନ ଯୁଦ୍ଧରେ ହାରିଗଲେ କରୋନା ଯୋଦ୍ଧା, କୋଭିଡ୍ ପଜିଟିଭ୍ ହୋଇ ଶେଷ ନିଶ୍ୱାସ ତ୍ୟାଗ କଲେ ଏଏସଆଇ
  • ||
  • ସୋର : ଘରେ ପଶିଲେ ଦୁର୍ବୃତ୍ତ, ବାପ-ପୁଅଙ୍କୁ ଗୋଡାଇ ଗୋଡାଇ ହାଣିଲେ
  • ||
  • କୋରାପୁଟ : ମିଳିଲାନି ଜାମିନ୍, ନିଜ ବେକ କାଟିଦେଲେ କଏଦୀ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||

ଅନୁଗୁଳରେ ମଦ ମୃତ୍ୟୁ ଅଭିଯୋଗ ମାମଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଅବକାରୀ ମନ୍ତ୍ରୀ

28/10/2020 at 12:23 PM

ଭୁବନେଶ୍ୱର ୨୦।୧୦: ଅନୁଗୁଳ ମଦ ମୃତ୍ୟୁ ଅଭିଯୋଗ । ମଦ ମୃତ୍ୟୁ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଲେ ବିଭାଗୀୟ ମନ୍ତ୍ରୀ । ଜିଲ୍ଲାପାଳଙ୍କୁ ତଦନ୍ତ କରି ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଲେ ଅବକାରୀ ମନ୍ତ୍ରୀ । ଘଟଣାର ସରଜମିନ୍‌ ତଦନ୍ତ କରି ରିପୋର୍ଟ ଦେବାକୁ ମନ୍ତ୍ରୀ ନିରଞ୍ଜନ ପୂଜାରୀ ନିର୍ଦ୍ଦେଶ ଦେଇଛନ୍ତି ।

ଖବର ଅନୁଯାୟୀ, ଅନୁଗୁଳରେ ମଦ ପିଇ ୪ଜଣଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ଆସିଛି । ପୂର୍ବରୁ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଗତକାଲି ଆଉ ୨ଜଣଙ୍କ ମଦ ଜନିତ ମୃତ୍ୟୁ ହୋଇଛି । ସମସ୍ତଙ୍କର ବିଷାକ୍ତ ମଦ ପିଇ ମୃତ୍ୟୁ ହୋଇଥିବା ମୃତକଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି । ସେହିପରି ବିଷାକ୍ତ ମଦ ପିଇ ଆଉ କିଛି ଲୋକ ଗୁରୁତର ମଧ୍ୟ ଅଛନ୍ତି । ସେମାନଙ୍କୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି ।  

   Related Posts