Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସୁଶିଲ ମୋଦି ରାଜ୍ୟସଭା ପ୍ରାର୍ଥୀ, ରାମବିଳାସ ପାଶଓ୍ବାନଙ୍କ ସ୍ଥାନରେ ଟିକେଟ୍‌ ଦେଲା ବିଜେପି
  • ||
  • ଡିସେମ୍ବର ୧ରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ୍‌ କଲେଜ୍‌, କରୋନା ଗାଇଡ୍‌ଲାଇନ୍‌ ସହ ଏସ୍‌ଓପି ପାଳନ ବାଧ୍ୟତାମୂଳକ
  • ||
  • ବାଜିରାଉତ ବ୍ରିଜ୍‌ ଉପରେ ବସ୍‌ ଉପରକୁ ଗୁଳିମାଡ଼, ଦୁଇ ଯୁବକ ଏବଂ ଜଣେ ଯୁବତୀ ଫେରାର
  • ||
  • ଘୋଷଣା ହେଲା ଧର୍ମପଦ ସମ୍ମାନ, ୨୦୧୬ ରୁ ୨୦ ବର୍ଷ ପାଇଁ ୫ ଜଣଙ୍କୁ ଧର୍ମପଦ ସମ୍ମାନ, ୨୫ ଜଣ ଶିଳ୍ପୀ ହେବେ ସମ୍ବର୍ଦ୍ଧିତ
  • ||
  • ପାଠକ ବାପ-ପୁଅ ଗିରଫ, କୁବେର ଜଙ୍ଗଲ ଅଫିସରଙ୍କ ଅମାପ ସଂପତ୍ତି ଠାବ କରିଛି ଭିଜିଲାନ୍ସ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||

ଆଜି ହେଉଛି ଶ୍ରାବଣ ମାସର ଦ୍ୱିତୀୟ ସୋମବାର

6/08/2018 at 4:37 PM

ପ୍ରାୟ ୫୦ ହଜାରରୁ ଉର୍ଦ୍ଧ କାଉଁଡ଼ିଆ ଭକ୍ତ ପୁରୀର ଶ୍ରୀ ଶ୍ରୀ ଲୋକନାଥଙ୍କ ପୀଠରେ ଜଳାଭିଷେକ କରିଛନ୍ତି । ଭକ୍ତଙ୍କ ଭିଡ଼କୁ ଦୃଷ୍ଟିରେ ରଖି ମନ୍ଦିର ପ୍ରଶାସନ ଓ ପୋଲିସ ପ୍ରଶାସନ ପକ୍ଷରୁ ହୋଇଛି ବ୍ୟାପକ ବ୍ୟବସ୍ଥା। ଶ୍ରାବଣ ମାସର ଦ୍ୱିତୀୟ ସୋମବାର । ପ୍ରଭୁଙ୍କ ନିକଟରେ ଜଳାଭିଷେକ କରିବା ପାଇଁ କାଉଁଡ଼ିଆଙ୍କର ପ୍ରବଳ ଗହଳି ଲାଗିଥିଲା ପୁରୀର ଶ୍ରୀ ଶ୍ରୀ ଲୋକନାଥଙ୍କ ପୀଠରେ। ଭକ୍ତଙ୍କ ସଂଖ୍ୟାରେ ଅହେତୁକ ବୃଦ୍ଧି ଯୋଗୁଁ ରାତି ୧୨ ଟା ୧୦ ରୁ ଜଳାଭିଷେକ ଆରମ୍ଭ ହୋଇଥିଲା। ଭକ୍ତମାନେ ଘଣ୍ଟା ଘଣ୍ଟା ଧରି ଲାଇନରେ ଅପେକ୍ଷା କରି ପ୍ରଭୁ ଶ୍ରୀ ଲୋକନାଥ ଦେବଙ୍କୁ ଜଳାଭିଷେକ କରିବା ସହିତ ପୂଜାର୍ଚ୍ଚନା ମଧ୍ୟ କରିଥିଲେ। ଛପନଛକ ଠାରୁ ବ୍ୟାରିକେଡ୍ ଦେଇ ପାର୍ବତୀ ସାଗର ପଛପଟ ଦେଇ କାଉଁଡ଼ିଆମାନେ ମନ୍ଦିର ଭିତରକୁ ପ୍ରବେଶ କରିଥିଲେ। ବୋଲବମ୍ ହରହର ବମ୍ ଶଦ୍ଦରେ ଏକ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥିଲା ଏହି ପୀଠରେ। ପ୍ରାୟ ୫୦ ହଜାରରୁ ଉର୍ଦ୍ଧ ବୋଲମବ୍ ଭକ୍ତଙ୍କ ଭିଡ଼ ହୋଇଥିବାରୁ ଲୋକନାଥ ମନ୍ଦିର ଠାରୁ ପ୍ରାୟ ଏକ କିଲୋମିଟର ପର୍ଯ୍ୟନ୍ତ ଲମ୍ୱା ଲାଇନ୍ ଲାଗିଥିଲା। ଭକ୍ତଗଣଙ୍କ ସୁବିଧା ଦର୍ଶନ ଓ ଜଳଲାଗି ପାଇଁ ପ୍ରଶାସନ ପକ୍ଷରୁ ବ୍ୟାରିକେଟିଂର ବ୍ୟବସ୍ଥା ହୋଇଥିଲା। ସୁରକ୍ଷା ଓ ଶୃଙ୍ଖଳିତ ଦର୍ଶନ ପାଇଁ ପ୍ରାୟ ୬ ପ୍ଲାଟୁନ୍ ପୋଲିସ ଫୋର୍ସ ମୃତୟନ କରାଯାଇଥିଲା ।

   Related Posts