Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଗୁରୁବାର ସୁସ୍ଥହେଲେ ରେକର୍ଡ ୮୪୭୧ଜଣ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୨୪୯ ଡିସଚାର୍ଜ
  • ||
  • ଚାଲିଗଲେ ଆଉ ଜଣେ କଳାକାର, ଅଭିନେତା ପ୍ରିୟ ସୁନ୍ଦର ମିଶ୍ରଙ୍କ ପରଲୋକ
  • ||
  • କୁକୁଡାକୁ ଖାଇଗଲେ ବୁଲା କୁକୁର, ରାଗି ଯାଇ ଗୁଳି କରିଦେଲା ମାଲିକ : ଥାନାରେ ମାମଲା
  • ||
  • ଗୋଆରେ ଏନସିପି-ଶିବସେନାର ହାତ ଛାଡିଦେଲା କଂଗ୍ରେସ, କହିଲା-‘ଆମର ଏକାକି ଜିତିବା କ୍ଷମତା ଅଛି’
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୧୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୯୧ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୦୧କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୩୬୮ କୋଭିଡ୍ ପଜିଟିଭ୍, ୧୧୭୭୪୬୨ରେ ପହଞ୍ଚିଲା ସଂଖ୍ୟା
  • ||
  • କ୍ୟାପ୍ଟେନ୍ ନୁହେଁ କିନ୍ତୁ ଜୋଶ୍ ଏବେବି ଅଛି : ଦକ୍ଷିଣ ଆଫ୍ରିକା ଅଧିନାୟକଙ୍କ ସହ ମୁହାଁମୁହିଁ ହେଲେ କୋହଲି
  • ||
  • ପ୍ରଚାର ବେଳେ ବିଜେପି ପ୍ରାର୍ଥୀ ହଟହଟା, ତଡିଦେଲେ ଗାଁ ଲୋକେ
  • ||
  • ଚୌଦ୍ୱାର ସୁନା ବ୍ୟବସାୟୀଙ୍କୁ ଗୁଳିମାଡ ଓ ଲୁଟ୍ ଘଟଣା : ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ଡିସିପି
  • ||

ଚଣ୍ଡିଖୋଲ : ‘ଗାନ୍ଧୀକଥା’ର ଉଦଯାପନୀ ଉତ୍ସବରେ ଯୋଗଦେଲେ ଗାନ୍ଧୀ ଶାନ୍ତି ପ୍ରତିଷ୍ଠାନର ରାଷ୍ଟ୍ରୀୟ ଅଧ୍ୟକ୍ଷ

9/12/2021 at 4:13 PM

ଚଣ୍ଡିଖୋଲ ୦୯/୧୨ : ଯାଜପୁର ଜିଲ୍ଲା ବଡ଼ଚଣା ବ୍ଲକ ବାଲିପଡ଼ିଆ ଠାରେ ଗାନ୍ଧିକଥାର ଉଦଯାପନୀ ଉତ୍ସବ ଅନୁଷ୍ଠିତ ହୋଇଛି । ରାଜ୍ୟ ସ୍ୱାଧୀନତା ସଂଗ୍ରାମୀ ମଞ୍ଚର ସଭାପତି ନୀଳମଣି ସାମଲଙ୍କ ଅଧକ୍ଷତାରେ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଗାନ୍ଧୀ ଶାନ୍ତି ପ୍ରତିଷ୍ଠାର ରାଷ୍ଟ୍ରୀୟ ଅଧକ୍ଷ ତଥା ଗାନ୍ଧୀବାଦୀ ପ୍ରବକ୍ତା କୁମାର ପ୍ରଶାନ୍ତ ଯୋଗଦେଇଥିଲେ । ପ୍ରଥମେ ଅତିଥି ମାନେ ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ମାଲ୍ୟାର୍ପଣ କରିଥିଲେ । ଗାନ୍ଧିଜୀଙ୍କ ଫଟୋ ଚିତ୍ର ପଦର୍ଶନୀ କରାଯାଇଥିଲା । ବାରିଷ୍ଟର ଗାନ୍ଧିଜୀ ନ୍ୟାୟ ଅପେକ୍ଷା ନୈତିକତା ଉପରେ ଗୁରୁତ୍ୱ ଦେଉଥିଲେ । ସତ୍ୟକୁ ସେ ଅସ୍ତ୍ର କରିଥିଲେ ସେ ସବୁବେଳେ ଗ୍ରାମାଞ୍ଚଳର ବିକାଶ ଉପରେ ଗୁରୁତ୍ୱ ଦେଇ ଆସୁଥିଲେ । ଗାନ୍ଧିଜୀଙ୍କ ଜୀବନ ଓ ମାର୍ଗ ଦର୍ଶନର ବିଭିନ୍ନ ଦିଗ ଉପରେ ଆଲୋଚନା କରିବା ସହ ଏହାକୁ ଅନୁକରଣ କରିବା ପାଇଁ କୁମାର ପ୍ରଶାନ୍ତ ଆହ୍ୱାନ ଦେଇଥିଲେ । ଏହି ଉତ୍ସବରେ ପୂର୍ବତନ ବିଚାରପତି ମନୋରଞ୍ଜନ ମହାନ୍ତି, ଗାନ୍ଧୀ ଶାନ୍ତି ପ୍ରତିଷ୍ଠାନ ରାଜ୍ୟ ସମ୍ପାଦକ, ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ନବକୃଷ୍ଣ ଚୌଧୁରୀଙ୍କ ଝିଅ କ୍ରୀଷ୍ଣା ମହାନ୍ତି ଓ ବହୁ ବୁଦ୍ଧିଜୀବୀ ଏହି ଉତ୍ସବରେ ସାମିଲ ହୋଇଥିଲେ ।

   Related Posts