ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା, ମାର୍ଚ୍ଚ ମାସର ୨ ଦିନରେ ହେବ ୧୯୦ଟି ବିବାହ

NEWS7
ନା-ମାନେ-ନାରେ-ଦେଖନ୍ତୁ-ଶିକ୍

ଭୁବନେଶ୍ବର: ରାଜ୍ୟରେ ଗରିବ ପରିବାରର ଝିଅମାନଙ୍କୁ ବିବାହ ପାଇଁ ଓଡ଼ିଶା ସରକାର ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା। ଏହି ଯୋଜନା ଦ୍ବାରା ମହିଳାଙ୍କ ବିକାଶ ଦିଗରେ ରାଜ୍ୟ ସରକାର ଗୁରୁତ୍ୱ ଦେଇଛନ୍ତି। ଖାଲି ସେତିକି ନୁହେଁ ମହିଳାଙ୍କୁ ସମ୍ମାନ, ସାମାଜିକ ସୁରକ୍ଷା, ଯୌତୁକ ପ୍ରଥାକୁ ଲୋପ କରିବାରେ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ସହାୟକ ହେବ ବୋଲି ମଧ୍ୟ କହିଛନ୍ତି ଖୋଦ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।

ଆଉ ଏହି କ୍ରମରେ ଆସନ୍ତା ମାର୍ଚ୍ଚ ୧୨ ଏବଂ ୧୩ ତାରିଖରେ ୧୯୦ଟି ବିବାହ କରାଇବେ ସରକାର। ଏନେଇ ସୂଚନା ଦେଇଛନ୍ତି ମହିଳା ଏବଂ ଶିଶୁ ବିକାଶ ବିଭାଗର ସଚିବ ମୃଳାଲିନୀ ଦର୍ଶ୍ୱାଲ। ଗୁରୁବାର କଟକରେ ଆୟୋଜିତ ହେବ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ସମୂହ ବିବାହ କାର୍ଯ୍ୟକ୍ରମ । କଟକରେ ୫୦ ଜଣଙ୍କର ବିବାହ ଆୟୋଜିତ ହେବ। ସକାଳ ୧୦ରେ ଆୟୋଜିତ ହେବ କାର୍ଯ୍ୟକ୍ରମ । ତା’ ପର ଦିନ ଅର୍ଥାତ ୧୩ ତାରିଖ ଦିନ ବାଲେଶ୍ୱରରେ ୪୦ଟି, ମୟୂରଭଞ୍ଜରେ ୫୦ ଏବଂ ସୁନ୍ଦରଗଡ଼ରେ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ୫୦ଟି ବିବାହ କରାଇବେ ରାଜ୍ୟ ସରକାର। ଏହା ପୂର୍ବରୁ ଯୋଜନାର ପ୍ରଥମ ପର୍ଯ୍ୟାୟରେ ଗଞ୍ଜାମ ଜିଲ୍ଲାରୁ ଆରମ୍ଭ ହୋଇଥିଲା।

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା କ’ଣ ?

ସୂଚନାଥାଉକି, ରାଜ୍ୟ ସରକାର ଗରିବ ଓ ଅସହାୟ ପରିବାରର ଝିଅମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା କାର୍ଯ୍ୟକାରୀ ହୋଇଛି। ଏହି ଯୋଜନାରେ ବିବାହ ସମୟରେ ଆବଶ୍ୟକୀୟ ଖର୍ଚ୍ଚ ପାଇଁ ଆର୍ଥିକ ସହାୟତା ସହ ଉପହାର ଦିଆଯିବ। ସରକାର ମୋଟ ୫୧ ହଜାର ଟଙ୍କା ସହାୟତା ରାଶି ଦେବେ। ବାହାଘର ପଞ୍ଜିକରଣ ହେବାର ୭ ଦିନ ପରେ ହିତାଧିକାରୀଙ୍କ ଆକାଉଣ୍ଟକୁ ୩୫ ହଜାର ଟଙ୍କା ଯିବ। ସରକାର ଉପହାର ପାଇଁ ୧୦ ହଜାର ଓ ସାଜସଜା ପାଇଁ ୬ ହଜାର ଟଙ୍କା ଦେବେ।

ଏଥିପାଇଁ ଝିଅର ବୟସ ସର୍ବନିମ୍ନ ୧୮ ବର୍ଷ ହୋଇଥିବା ଆବଶ୍ୟକ। ପ୍ରଥମ ଥର ବିବାହ କରୁଥିବା ଯୁବତୀଙ୍କୁ ଏହି ସୁବିଧା ମିଳିବ। ବର କନ୍ୟା ଉଭୟ ଓଡ଼ିଶାର ହେଇଥିବା ଦରକାର । ଯେଉଁମାନେ ଗରିବ ସେଇମାନେ ଏଥିରେ ଲାଭ ପାଇବେ। ବିଧବା ମଧ୍ୟ ଆଉ ଥରେ ବାହାହେଲେ ଏହାର ଲାଭ ପାଇପାରିବେ। ପୂର୍ବରୁ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ପାଇଁ ଗାଇଡଲାଇନ ଆସିଥିବା ବେଳେ ଆଜି ଉତ୍କଳିକା ସହ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି।