Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଏମସିଡି ଉପ ନିର୍ବାଚନ : ଚୌକା ମାରିଲା ଆପ୍, କଂଗ୍ରେସର ଗୋଟିଏରେ ବଡ ବିଜୟ, କିନ୍ତୁ ଖାତା ଖୋଲି ପାରିଲାନି ବିଜେପି
  • ||
  • ମଦ୍ରାସାରେ ପଢାଯିବ ଗୀତା, ଯୋଗ ଓ ରାମାୟଣ : ପାଠ୍ୟକ୍ରମରେ ସାମିଲ କଲା ଏନଆଇଓଏସ
  • ||
  • ଗଜପତି : ଜେଇଙ୍କ ଘରେ ଭିଜିଲାନ୍ସ ଚଢାଉ, ୨ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ଠାବ
  • ||
  • ସମ୍ବଲପୁର : ଯୁଜୁମୁରା ରେଞ୍ଜରେ ବାରମ୍ବାର ହାତୀ ମୃତ୍ୟୁ ଘଟଣା : ନିଲମ୍ବିତ ହେଲେ ସଦର ରେଞ୍ଜର
  • ||
  • ସମ୍ବଲପୁର : ଦୁଇ ବାଇକ୍ ଉପରେ ଚଢିଗଲା ଟ୍ରକ୍, ୩ ମୃତ, ଜଣେ ଗୁରୁତର
  • ||
  • ସୋର : ୮ଲକ୍ଷ ଟଙ୍କା ପାଇଁ କିଡ୍‌ନାପ୍ ! ବନ୍ଧୁକ ମୁନରେ ହତ୍ୟା ଧମକର ଭିଡିଓ ଭାଇରାଲ୍
  • ||
  • ସୋନପୁର : ଭିଜିଲାନ୍ସ ଜାଲରେ ଶିକ୍ଷକ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ମାର୍ଚ୍ଚ ୫ରେ ‘ଓମେନ୍ ଆଚିଭର୍ସ ଅଫ୍ ଓଡ଼ିଶା’ ପୁରସ୍କାର ସମାରୋହ
  • ||
  • କରଞ୍ଜିଆ : କରଞ୍ଜିଆ ବନଖଣ୍ଡ ଅଞ୍ଚଳରେ ଜଳୁଛି ଜଙ୍ଗଲ, ଫେଲ୍ ମାରିଛି ବନ ବିଭାଗର ନିଆଁ ଲିଭା ଅଭିଯାନ
  • ||
  • ଚିନ୍ତା ବଢାଉଛି କରୋନାର ବ୍ରାଜିଲ ଭାରିଏଣ୍ଟ, ରହିଛି ପୁନଃ ସଂକ୍ରମଣ କ୍ଷମତା
  • ||

ପୁଣି ଲଜ୍ଜା: ୮ ବର୍ଷର ଝିଅକୁ ଦୁଷ୍କର୍ମ ଅଭିଯୋଗ, ଅଭିଯୁକ୍ତ ଧରି ନିର୍ଧୁମ ଛେଚିଲେ ସ୍ଥାନୀୟ ଲୋକେ

28/01/2021 at 4:05 PM

ସୋର୨୮/୧: ପୁଣି ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ୮ ବର୍ଷର ଝିଅକୁ ଦୁଷ୍କର୍ମ ଅଭିଯୋଗରେ ସଂପୃକ୍ତ ଯୁବକକୁ ଗିରଫ କରିଛି ପୋଲିସ । ବାଲେଶ୍ବର ଜିଲ୍ଲା ଖଇରା ବ୍ଲକ ଅଞ୍ଚଳରେ ପୀଡିତାଙ୍କ ଘର। ଚକ୍‌ଲେଟ୍‌ ପ୍ରଲୋଭନ ଦେଖାଇ କୁନି ଝିଅକୁ ଘରୁ ଉଠାଇ ନେଇଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି। ଏହାପରେ ସ୍ଥାନୀୟ ଏକ ଶୂନସାନ ସ୍ଥାନରେ କୁନି ଝିଅ ସହ ଯୁବକ ଜଣଙ୍କ ଦୁଷ୍କର୍ମ କରିଥିବା ପୋଲିସ ସୂଚନା ଦେଇଛି। କୁନି ଝିଅ ଚିତ୍କାର କରିବାରୁ ସ୍ଥାନୀୟ ଲୋକେ ଘଟଣାସ୍ଥଳରେ ପହଞ୍ଚି ସଂପୃକ୍ତ ଯୁବକକୁ ମାଡ ମାରିବା ସହ ପୋଲିସର ଜିମା ଦେଇଥିଲେ।

ଏହାପରେ କୁନି ଝିଅକୁ ସ୍ଥାନୀୟ ଲୋକେ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ପରବର୍ତ୍ତୀ ସମୟରେ ପରିବାର ଲୋକେ ଡାକ୍ତରଖାନାରେ ପହଞ୍ଚି ଝିଅକୁ ପଚାରି ଘଟଣା ସଂପର୍କରେ ଜାଣିଥିଲେ। ଏ ନେଇ ପରିବାର ଲୋକେ ଖଇରା ଥାନାରେ ଅଭିଯୋଗ କରିଥିଲେ। ଏହି ଅଭିଯୋଗ ଆଧାରରେ ପୋଲିସ ସଂପୃକ୍ତ ଯୁବକକୁ ଗିରଫ କରି ତଦନ୍ତ ଚଳାଇଛି।  

   Related Posts