ପୁରୀରେ ଘରୁ ଡାକି ନେଇ ଯୁବକଙ୍କୁ ହତ୍ୟା । ମୃତକ ଟାଉନ ଥାନା ଅନ୍ତର୍ଗତ ହରଚଣ୍ଡି ସାହି ଡିପଜାଗାର ମହେଶ୍ବର ମାର୍ଥା । ଗତକାଲି ବିଳମ୍ବିତ ରାତିରେ କିଛି ଦୁର୍ବୃତ୍ତ ଖଣ୍ଡା ଓ ଭୁଜାଲିରେ ମହେଶ୍ବରଙ୍କୁ ଅତର୍କିତ ଆକ୍ରମଣ କରିଥିଲେ । ତାଙ୍କୁ ପୁରୀ ସଦର ଚିକିତ୍ସାଳୟକୁ ନିଆଯାଇଥିଲା । ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ବଟି ଆଦାୟକୁ କେନ୍ଦ୍ର କରି ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି । ଟାଉନ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି ।

LEAVE A REPLY

Please enter your comment!
Please enter your name here