Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୋଖରୀରୁ ମିଳିଲା ନିଖୋଜ ଶିଶୁକନ୍ୟାର ମୃତଦେହ, ହତ୍ୟା ସନ୍ଦେହ
  • ||
  • ଶିକାରୀ ଗିରଫ, ୬ ମୃତ ବିଦେଶୀ ପକ୍ଷୀ ଜବତ
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୭କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୧ କରୋନା ସଂକ୍ରମିତ, ୧୦୪୮୬୮୩ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୬୨୧ ମୃତ
  • ||
  • ମଝି ସମୁଦ୍ରରେ ଦୁର୍ଘଟଣା, ଧକ୍କା ହେଲା ୨ ଜାହାଜ
  • ||
  • ବାତ୍ୟାର ରୂପ ନେବ ଲଘୁଚାପ ! ଅନୁମାନ ଲଗାଇଲାଣି ଆଇଏମଡି, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ବାଘ ଗଣନା ବେଳେ ମିଳିଲା ମୃତଦେହ, ହତ୍ୟା ନା ଆତ୍ମହତ୍ୟା !
  • ||
  • ଶୀତ ଅଧିବେଶନ ପୂର୍ବରୁ ରବିବାର ସର୍ବଦଳୀୟ ବୈଠକ, ବିରୋଧିଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ
  • ||

ବାପଘରକୁ ଯିବାବେଳେ ଧକ୍କା ଦେଲା ପିକଅପ୍ ଭ୍ୟାନ୍, ଘଟଣାସ୍ଥଳରେ ନଣଦେଇ ମୃତ, ମହିଳା ଗୁରୁତର

22/10/2021 at 11:06 AM

ଉଦଳା ୨୨।୧୦: ସଡକ ଦୁର୍ଘଟଣାରେ ଜଣେ ମୃତ, ଜଣେ ଗୁରୁତର । ବାପଘରକୁ ଯାଉଥିବା ବେଳେ ରାସ୍ତାରେ ଦୁର୍ଘଟଣା । ମହିଳା ଗୁରୁତର ହୋଇଥିବା ବେଳେ ନଣଦେଇଙ୍କ ମୃତ୍ୟୁ ହୋଇଛି । ଏଭଳି ଘଟଣା ଘଟିଛି କପ୍ତିପଦା ଥାନା କାଲାଡାହି ଛକ ନିକଟରେ ।  

ସୂଚନାଯୋଗ୍ୟ ଯେ, ଶୁକ୍ରବାର ସକାଳ ସମୟରେ ଖଲାଡି ଗ୍ରାମର ପୂଜା ଦେହୁରୀ ନିଜ ୧୦ ବର୍ଷର ଝିଅ ଦେବକୀ ଦେହୁରୀକୁ ସାଙ୍ଗରେ ଧରି ନଣଦେଇ ବାବୁରାମ ବେହେରାଙ୍କ ସହିତ ବାଲେଶ୍ବର ଜିଲ୍ଲା ଛତ୍ରପୁର ଅଂଚଳ ତାଙ୍କ ବାପଘରକୁ ଯାଉଥିଲେ । ଏହି ସମୟରେ ବିପରୀତ ଦିଗରୁ ପରିବା ବୋଝେଇ କରି ଉଦଳା ଅଭିମୁଖେ ଆସୁଥିବା ଏକ ପିକଅପ୍ ଭ୍ୟାନ୍ କାଲାଡାହି ଛକ ନିକଟରେ ମୁହାଁମୁହିଁ ଧକ୍କା ଦେଇଥିଲା । ଫଳରେ ଘଟଣାସ୍ଥଳରେ ବାଇକ୍ ଚାଳକ ବାବୁରାମ ଗାଡିରୁ ଛିଟିକି ପଡି ପୋଲ ତଳେ ପଡିଥିବା ବେଳେ ତାଙ୍କର ମୃତ୍ୟୁ ହୋଇଛି । ବାଇକରେ ଥିବା ପୂଜାଙ୍କ ଅବସ୍ଥା ଗୁରୁତର ଥିବା ବେଳେ ତାଙ୍କର ମୁଣ୍ଡର ଗଭୀର କ୍ଷତ ଲାଗିଥିବା ବେଳେ ହାତ ଭାଙ୍ଗିଯାଇଛି ।

ଖବର ପାଇ କପ୍ତିପଦା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣା ଘଟାଇଥିବା ପିକଅପକୁ ଜବତ କରିବା ସହିତ ପିକଅପ୍ ଡ୍ରାଇଭରକୁ ଥାନାରେ ଅଟକ ରଖିଛି । ଅନ୍ୟପଟେ ଅଗ୍ନିଶମ ବିଭାଗ କର୍ମଚାରୀ ମୃତଦେହକୁ ଉଦ୍ଧାର କରି ଉଦଳା ଡାକ୍ତରଖାନାକୁ ପଠାଇବା ସହିତ ଗୁରୁତର ପୂଜାକୁ ଚିକିତ୍ସା ପାଇଁ ଉଦଳା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । 

   Related Posts