SCB Fire Tragedy: ପ୍ରତ୍ୟକ୍ଷଦର୍ଶୀ କହୁଛନ୍ତି ସର୍ଟ ସର୍କିଟ୍, ଖିଅ ଖୋଜୁଛି ଅଗ୍ନିଶମ ବାହିନୀ

NEWS7
ବେଲଗାମ୍-ତେଲ-ଦର-ମୁମ୍ବାଇରେ

କଟକ ୧୬।୩: କଟକ ବଡ଼ ମେଡିକାଲରେ ଭୟାବହ ଅଗ୍ନିକାଣ୍ଡରେ ଯାଇଛି ୧୦ ଜଣଙ୍କ ଜୀବନ । ଅଗ୍ନିକାଣ୍ଡରେ ଅନେକ ଗୁରୁତର ହୋଇଥିବା ସୂଚନା ରହିଛି । ସେମାନଙ୍କର ଚିକିତ୍ସା ଜାରି ରହିଛି । ତେବେ ଏହି ଘଟଣାରେ୧୦ ମୃତକଙ୍କ ପରିଚୟ ମିଳିସାରିଛି ।

ତେବେ କଟକ ଏସସିବି ମେଡିକାଲ ଅଘଟଣର ତଦନ୍ତ ଆରମ୍ଭ କରିଛି ଅଗ୍ନିଶମ ବିଭାଗ । ଏହା ବ୍ୟତୀତ ୮ ଜଣିଆ ଏକ୍ସପର୍ଟ କମିଟି, ଟ୍ରମା କାଜୁଆଲ୍ଟି ଭିତରେ ଏବଂ ବାହାରେ ଯାଞ୍ଚ କରିବା ଆରମ୍ଭ କରିଛି । କେଉଁ କାରଣରୁ ଏତେବଡ ଅଗ୍ନିକାଣ୍ଡ ଘଟିଲା, ତାର ଖିଅ ଖୋଜିବାକୁ କସରତ ଆରମ୍ଭ ହୋଇଛି । ଯଦିଓ ସଟ୍ ସର୍କିଟ କାରଣରୁ ନିଆଁ ଲାଗିଥିବା ପ୍ରତ୍ୟକ୍ଷଦର୍ଶୀ ମାନେ କହିଛନ୍ତି, ହେଲେ ଅଗ୍ନିଶମ ବାହିନୀ ଏହା ଉପରେ କିଛି ସ୍ପଷ୍ଟ ସୂଚନା ଦେଇନାହିଁ ।

ବିଭାଗୀୟ ମହା ନିର୍ଦ୍ଦେଶକ କ୍ଷେତ୍ର ପରିଦର୍ଶନ କରିବା ସହିତ ଏସସିବି କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରିଛନ୍ତି । ଯେହେତୁ ଘଟଣାର ନ୍ୟାୟିକ ତଦନ୍ତ ପାଇଁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି । ତେଣୁ ତଦନ୍ତ ବାବଦରେ କିଛି ସ୍ପଷ୍ଟ ଭାବେ କହିନାହାନ୍ତି ଅଗ୍ନିଶମ ଡିଜି ସୁଧାଂଶୁ ଷଡ଼ଙ୍ଗୀ ।

ଏ ଖବର ବି ପଢ଼ନ୍ତୁ:- SCB ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ, ମୃତକଙ୍କ ପରିବାରକୁ ୨୫ ଲକ୍ଷ ଲେଖାଏଁ ସହାୟତା

ଉଲ୍ଲେଖଯୋଗ୍ୟ ଯେ, ପୂର୍ବରୁ ରବିବାର ବିଳମ୍ବିତ ରାତିରେ କଟକ ଏସ୍ସିବି ମେଡିକାଲ ଟ୍ରମା କେୟାର ସେଣ୍ଟରରେ ଭୟାବହ ଅଗ୍ନିକାଣ୍ଡ ଘଟିଥିଲା । ଏହି ଅଗ୍ନିକାଣ୍ଡରେ ୧୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଏକାଧିକ ଲୋକ ଗୁରୁତର ହୋଇଛନ୍ତି । ତେବେ ଏତେ ବଡ଼ ଅଗ୍ନିକାଣ୍ଡ ପରେ ମୁଖ୍ୟମନ୍ତ୍ରୀ କିଛି ବରିଷ୍ଠ ଅଧିକାରୀଙ୍କ ସହିତ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଥିଲେ । ଏହାସହ ମୃତାହତଙ୍କ ସଂପର୍କରେ ସମସ୍ତ ତଥ୍ୟ ସଂଗ୍ରହ କରିଥିଲେ । ଏପରିକି ମୃତାହତଙ୍କ ସଂପର୍କୀୟଙ୍କୁ ଭେଟି ସମବେଦନା ଜଣାଇଥିଲେ । ତେବେ ଗୁରୁତରଙ୍କୁ ଉତ୍ତମ ଚିକିତ୍ସା ଦେବାଲାଗି ନିର୍ଦ୍ଦେଶ ଦେବା ସହ ଅନ୍ୟତ୍ର ସ୍ଥାନାନ୍ତର ପାଇଁ ଆଦେଶ ଦେଇଥିଲେ । ଏହାସହିତ ମୃତକଙ୍କ ପରିବାରକୁ CMRFରୁ ୨୫ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କରିଛନ୍ତି ।

ସେହିଭଳିପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି ଘଟଣାକୁ ନେଇ ଶୋକବ୍ୟକ୍ତ କରିଛନ୍ତି । ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ପ୍ରଦାନ କରାଯିବ । ଆହତ ମାନଙ୍କୁ ୫୦,୦୦୦ ଟଙ୍କା ଦିଆଯିବ ବୋଲି ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି ।