Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୪ରେ ବଙ୍ଗୋପସାଗରରେ ଲଘୁଚାପ, ନେଇପାରେ ଅବପାତର ରୂପ
  • ||
  • ସଂକ୍ରମଣ ସାମାନ୍ୟ କମିଲା : ଦେଶରେ ୨୪ ଘଣ୍ଟାରେ ୩ ଲକ୍ଷ ୧୧ ହଜାରରୁ ଅଧିକ ପଜିଟିଭ୍, ୪୦୭୭ ମୃତ
  • ||
  • ୧୧ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୧୭୩୨ ପଜିଟିଭ୍
  • ||
  • ରାଜ୍ୟରେ କରୋନା ନେଲା ଆଉ ୧୯ଜଣଙ୍କ ଜୀବନ, ୨୩୧୩ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ଟ୍ରାନ୍ସଫର୍ମର ଉପରେ ଚଢିଗଲେ ଯୁବକ, ଜଳି ଯାଉଥିବା ବେଳେ ଉଦ୍ଧାର କଲା ଅଗ୍ନିଶମ ବାହିନୀ
  • ||
  • ସ୍ୱାମୀ ନା ସଇତାନ ? ସ୍ତ୍ରୀକୁ ପିଟିପିଟି କଲା ହତ୍ୟା
  • ||
  • ପାରା ଧରିବା ବେଳେ ଲାଗିଗଲା ବିଦ୍ୟୁତ ତାର, ପୋଡିଗଲା ଶରୀରର ୯୦%
  • ||

ମଦକୋଠି ଓ ସଟ୍ଟା ବନ୍ଦ ଦାବିରେ ରାସ୍ତାରୋକ

6/08/2018 at 8:05 AM

କଳାହାଣ୍ଡିରେ ମଦକୋଠି ଓ ସଟ୍ଟା ବନ୍ଦ ଦାବିରେ ରାସ୍ତାରୋକ କରାଯାଇଛି । ଦଶପୁର ଅଞ୍ଚଳର ସ୍ଥାନୀୟ ବାସିନ୍ଦା ପ୍ରତିବାଦ କରି ଖମାରହଳଦୀଠାରେ ରାସ୍ତା ଅବରୋଧ କରିଛନ୍ତି । ଆନ୍ଦୋଳନ ଯୋଗୁଁ ଧର୍ମଗଡ ଓ ସିନାପାଲି ମଧ୍ୟରେ ଯାତାୟତ ବାଧାପ୍ରାପ୍ତ ହୋଇଛି । ପୁଲିସ ସହାୟତାରେ ଏସବୁ କାରବାର ଚାଲିଥିବା ଅଭିଯୋଗ କରି ଦଶପୁର ଥାନା ଅଧିକାରୀଙ୍କ ବଦଳି ଦାବି କରିଛନ୍ତି ସ୍ଥାନୀୟ ବାସିନ୍ଦା । ଦାବି ପୂରଣ ନହେଲେ ଆନ୍ଦୋଳନକୁ ଜୋରଦାର କରାଯିବା ନେଇ ଚେତାବନୀ ଦେଇଛନ୍ତି ଆନ୍ଦୋଳନକାରୀ । ଘଟଣାସ୍ଥଳରେ ପୁଲିସ ପହଞ୍ଚି ଲୋକଙ୍କୁ ବୁଝାସୁଝା କରୁଛନ୍ତି । ଜିଲ୍ଲା ପ୍ରଶାସନର ଅଧିକାରୀ ଦାବି ପୂରଣ କରିବା ନେଇ ପ୍ରତିଶ୍ରୁତି ଦେବା ପରେ ଆନ୍ଦୋଳନରୁ ଓହରିବେ ବୋଲି ସ୍ପଷ୍ଟ କରିଛନ୍ତି ।

   Related Posts