ଆସନ୍ତାକାଲିର ରାଶିଫଳ, ଜାଣନ୍ତୁ କାଲି କିପରି କଟିବ ଆପଣଙ୍କ ଦିନ

Published By : Prameya-News7 Bureau | August 01, 2021 IST

wp:code
                                                                  
/wp:code

ମେଷ – ସ୍ୱଗୃହୀ ଶୁକ୍ର ପ୍ରଭାବରେ ଆରୋଗ୍ୟ ଲାଭ କରିବେ ଏବଂ ବନ୍ଧୁଙ୍କ ପରାମର୍ଶରୁ ଆଶ୍ୱସ୍ତି ଲାଭ କରିପାରନ୍ତି । ଶିଳ୍ପ,ବାଣିଜ୍ୟ ଓ ପରିବହନ ସକାଶେ ଦିନଟି ବହୁତ ଭଲ । ବନ୍ଧୁସମ୍ପର୍କରେ ଉନ୍ନତି ଘଟିବ ଏବଂ ଫଳପ୍ରଦ ଆଲୋଚନା ହୋଇପାରେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୭ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

ବୃଷ – ପରିସ୍ଥିତି ବିଶେଷ ଭଲ ନ ଥିବା ହେତୁ ଭଲ କଥା କହିଲେ ମଧ୍ୟ ଅନ୍ୟମାନେ ଭୁଲ୍ ବୁଝିବେ । ସାଧାରଣ କଥାରେ କୌଣସି ବ୍ୟକ୍ତିଙ୍କ ସହ ମତାନ୍ତର ଘଟିପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୪ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ମିଥୁନ - ରାଶିରେ ବଳବାନ୍ ରାହୁ ଏବଂ ଭାଗ୍ୟସ୍ଥ ବୁଧ ଯୋଗୁ ଯେଉଁ କାମରେ ହାତ ଦିଅନ୍ତୁନା କାହିଁକି, ଆପଣଙ୍କ ଚେଷ୍ଟା କଦାପି ନିଷ୍ଫଳ ହେବ ନାହିଁ । ନିର୍ମାଣାଧୀନ କାମ ଓ ଅନୁଷ୍ଠାନିକ କାମରେ କେତେକ ବ୍ୟତିକ୍ରମ ସୃଷ୍ଟି ହେବାର ସୂଚନା ରହିଛି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ସୁଖୀ ହେବେ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

କର୍କଟ – ଆଜି ସକାଳୁ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ହୋଇଯିବେ । ବକେୟା ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ । ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- ସୁଖଭାରା ଦିନଟି ।

ସିଂହ – ଚନ୍ଦ୍ର ଏବଂ ମଙ୍ଗଳଙ୍କ ଉଚ୍ଚାବସ୍ଥାନ ଆପଣଙ୍କ କାର୍ଯ୍ୟ ସିଦ୍ଧି, ଆର୍ଥିକ ଉନ୍ନତି ସହ ବନ୍ଧୁ ସମ୍ପର୍କକୁ ଦୃଢୀଭୂତ କରିବ । ଅତୀତର ଘଟଣା ଗୁଡିକର ସମୀକ୍ଷା କରି ଚିନ୍ତିତ ରହିପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।

କନ୍ୟା – ପ୍ରତ୍ୟେକ ପରିସ୍ଥିତିରେ କିଛିଟା ସମସ୍ୟାର ସାମ୍ନା କରିବେ । ଟଙ୍କା ବାକି ରଖିଥିବା ଲୋକଟି ଘରକୁ ଆସି ଟଙ୍କା ଦେଇଯାଇପାରେ । ଅନ୍ୟମାନଙ୍କ କଥାରେ ପ୍ରଭାବିତ ହୋଇ ମତାନ୍ତରରୁ ବିତର୍କ ସୃଷ୍ଟି ହୋଇପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୯ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ତୁଳା – ଅଧିକାଂଶ ପରିସ୍ଥିତିରେ କିଛିଟା ସମସ୍ୟାର ସାମ୍ନା କରିବେ । ଟଙ୍କା ବାକି ରଖିବା ଲୋକଟି ଘରକୁ ଆସି ଟଙ୍କା ଦେଇଯାଇପାରେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୨ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ବିଛା – ଯେଉଁଥିପାଇଁ ଚିନ୍ତିତ ରହିଛନ୍ତି, ଆଜି ସେଥିରୁ ଅନେକାଂଶରେ ହାଲୁକା ଅନୁଭବ କରିବେ । ଅଫିସରେ ଭାବପ୍ରବଣବଶତଃ ପ୍ରତିକ୍ରିୟା ହଠାତ୍ ପ୍ରକାଶ କରିବା ଠିକ୍ ହେବ ନାହିଁ । ପରିବହନ ସମସ୍ୟାରେ ଜନିତ ହୋଇପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୬ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ଧାର୍ମିକ ହେବେ ।

ଧନୁ – ବିଭିନ୍ନ ସମସ୍ୟା ଓ ପ୍ରତିବନ୍ଧକ ଭିତରେ ଚଳିବାକୁ ବାଧ୍ୟ ହେବେ । ଆଶା କରିଥିବା ଦ୍ରବ୍ୟ ଲାଭ ହେବ । ପରିବହନ, ଆମଦାନୀ କାରବାର କ୍ଷେତ୍ରରେ ନିଜ ନିଜର ସ୍ଥାନରେ ବେଶ୍ ଖୁସି ରହିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖୀ ହେବେ ।

ମକର – ଆଜି କାମ ହାସଲ ସକାଶେ ବନ୍ଧୁଙ୍କ କଥାକୁ ପ୍ରାଧାନ୍ୟ ଦେବା ଭଲ । ଘରୋଇ କଳହରୁ ମଧ୍ୟ ରକ୍ଷା ପାଇପାରିବ । ବାଣିଜ୍ୟ, ବ୍ୟବସାୟ, ନିର୍ମାଣ ଓ ପରିବହନରୁ ଲାଭବାନ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।

କୁମ୍ଭ - ଆଜି ଯେଉଁ କାମରେ ହାତ ଦିଅନ୍ତୁନା କାହିଁକି ଘାତପ୍ରତିଘାତ ମଧ୍ୟ ଦେଇ ଗତି କରିବେ । ପରିବାରରେ ସନ୍ଦେହ ଓ ଭୁଲ୍ ବୁଝାମଣା ହେତୁ ସମସ୍ୟା ବଢିପାରେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୪ ।
ଚା ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ଚା ରୋଗୀ- ସତର୍କତାର ଦିନ ।
ଚା ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
ଚା କର୍ମଜୀବି- ପ୍ରମୋସନ୍ ମିଳିବ ।
ଚା ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଚା ଗୃହିଣୀ- ସୁଖଭାରା ଦିନଟି ।

ମୀନ - ଆଜି ଯେକୌଣସି ପରିସ୍ଥିତିକୁ ସାମ୍ନା କରିବାକୁ ଚେଷ୍ଟା କରନ୍ତୁ । ଯାତ୍ରା, ବ୍ୟବସାୟ, ମାଲିମୋକଦ୍ଦମା, ସଂଗଠନ କ୍ଷେତ୍ରରେ କିଛିଟା ସମସ୍ୟା ଦେଖା ଦେବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.