ହାତୀ ଆକ୍ରମଣରେ ବୃଦ୍ଧଙ୍କର ମୃତ୍ୟୁ : ଜଣେ ଆହତ
11/11/2019 at 2:00 PM

ଦେବଗଡ ୧୧/୧୧: ଦେବଗଡ ଜିଲ୍ଲା ରିଆମାଳ ରେଞ୍ଜ ଅନ୍ତର୍ଗତ ବଡକୁଦର ଗ୍ରାମରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସାନିଆ ବିରୁଆ, ସେ ଗ୍ରାମ ନିକଟସ୍ଥ ଜଙ୍ଗଲକୁ ଯାଉଥିବା ବେଳେ ହାତୀ ତାଙ୍କୁ ଆକ୍ରମଣ କରିଥିଲେ। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା ।

ସେହିଭଳି କଣ୍ଟାବାହାଳ ପଞ୍ଚାୟତ ଅନ୍ତର୍ଗତ ସାତକିଆରୀ ଗ୍ରାମରେ ଘର ନିକଟରେ ସୀତା ସାହୁ ନାମକ ଜଣେ ମହିଳା କାମ କରୁଥିବା ବେଳେ ହାତୀ ତାଙ୍କୁ ଆକ୍ରମଣ କରିଥିଲେ । ପରେ ପରିବାର ପକ୍ଷରୁ ତାଙ୍କୁ ଉଦ୍ଧାର କରାଯାଇ ଗୁରୁତର ଆହତ ଅବସ୍ଥାରେ ଦେବଗଡ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।