କାଞ୍ଜିପାଣି ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍ : ୧୦ରୁ ଉର୍ଦ୍ଧ୍ବ ଯାତ୍ରୀ ଗୁରୁତର
20/10/2019 at 2:54 PM

ତେଲକୋଇ ୨୦।୧୦: କେନ୍ଦୁଝର ଜିଲ୍ଲା କାଞ୍ଜିପାଣି ଘାଟିରେ ଯାତ୍ରୀବାହୀ ବସ୍ ଦୁର୍ଘଟଣା ଗ୍ରସ୍ତ ହୋଇଛି । ଦୁର୍ଘଟଣା ଫଳରେ ୧୦ରୁ ଉର୍ଦ୍ଧ୍ବ ଯାତ୍ରୀ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ଚିକିତ୍ସା ପାଇଁ ତେଲକୋଇ ମେଡିକାଲରେ ଭର୍ତ୍ତି କରାଯାଇଛି ।

କେନ୍ଦୁଝର ଜିଲ୍ଲା ବାଉରିପଦା ପଞ୍ଚାୟତ ମନୋହରପୁର ଗାଁରୁ ତେଲକୋଇ କତରାପାଲି ଗାଁକୁ ସଦଭାର ନେଇ ଆସୁଥିଲେ । କାଞ୍ଜିପାଣି ଘାଟିରେ ଭାରସ୍ୟାମ ହରାଇ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା ।