Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦକ୍ଷିଣ ଆଫ୍ରିକା ଗସ୍ତ ପାଇଁ ୧୮ ଜଣିଆ ଭାରତୀୟ ଦଳ ଘୋଷିତ, ଜାଣନ୍ତୁ କେଉଁ କେଉଁ ଖେଳାଳିଙ୍କୁ ମିଳିଲା ସ୍ଥାନ
  • ||
  • ରୋହିତ ଶର୍ମା ହେଲେ ଟିମ ଇଣ୍ଡିଆର ନୂତନ ଦିନିକିଆ ଅଧିନାୟକ, ବିରାଟଙ୍କୁ କେବଳ ଟେଷ୍ଟ ଦାୟିତ୍ଵ
  • ||
  • ଭୁବନେଶ୍ବର : ଗତ ଦୁଇ ବର୍ଷରେ ମାପ ଓ ଓଜନ ନିୟମ ଉଲଂଘନକାରୀଙ୍କଠୁ ଆଦାୟ ହୋଇଛି ୨ କୋଟି ୮୩ ଲକ୍ଷ ଟଙ୍କା : ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ
  • ||
  • ଭୁବନେଶ୍ବର : ଡିସେମ୍ବର ୯ରେ ବିଧାନସଭା ଘେରାଉ କରିବ ବିଜେପି ଯୁବମୋର୍ଚ୍ଚା : ଇରାଶିଷ୍ ଆଚାର୍ଯ୍ୟ
  • ||
  • ଭୁବନେଶ୍ବର : ଡ୍ରଗ୍ସ ମାଫିଆ ଶେଖ୍ ଆଜବାହାର ବାଲେଶ୍ଵର କୋର୍ଟରେ ହାଜର, ରାଜ୍ୟ ବାହାରେ ସମ୍ପତ୍ତି ଥିବା ନେଇ ମିଳିଛି ପ୍ରମାଣ
  • ||
  • ଅନୁଗୋଳ : ଆଖୁ ଖାଇବାକୁ ଆସି କୂଅରେ ଖସିପଡିଲା ଭାଲୁ, ବନ ବିଭାଗ କଲା ଉଦ୍ଧାର
  • ||
  • ଭୁବନେଶ୍ବର : କ୍ରାଇମବ୍ରାଞ୍ଚ ଏସଟିଏଫ୍‌ ଟାର୍ଗେଟ୍‌ରେ ବନ୍ୟପ୍ରାଣୀ ମାଫିଆ, ପ୍ରସ୍ତୁତ ହେଲା ମୋଷ୍ଟ ୱାଣ୍ଟେଡ ତାଲିକା
  • ||
  • ଚେନ୍ନାଇ : ତାମିଲନାଡୁ କୁନ୍ନୁରରେ ସିଡିଏସ୍ ବିପିନ ରାଓ୍ବତଙ୍କ ହେଲିକପ୍ଟର କ୍ରାସ୍
  • ||
  • ଭୁବନେଶ୍ବର : କୃଷି ଋଣ ଛାଡ ସହ ଫସଲ କ୍ଷୟକ୍ଷତି ଲାଗି ସ୍ବତନ୍ତ୍ର ପ୍ୟାକେଜ ଦାବି କଲା କଂଗ୍ରେସ
  • ||
  • ଭାରତୀୟ ବାୟୁସେନାର ବଢିବ ଶକ୍ତି, ଚାନ୍ଦୀପୁର ଘାଟିରୁ ‘ବ୍ରହ୍ମୋସ’ର ସଫଳ ପରୀକ୍ଷଣ
  • ||

ଚକା ଫାଟି ଓଲଟିଲା ‘ଗରୁଡ’, ୧୦ରୁ ଅଧିକ ଯାତ୍ରୀ ଆହତ

24/01/2020 at 12:56 PM

ଜଗତସିଂହପୁର ୨୪।୧: ମଝି ରାସ୍ତାରେ ଓଲଟିଲା ଯାତ୍ରୀବାହୀ ବସ୍ । ଦୁର୍ଘଟଣାରେ ୧୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ଜଗତସିଂହପୁରରୁ ଝଙ୍କଡ ପୀଠ ରାସ୍ତାର ସଅଁରା ଛକର ଏହି ଦୁର୍ଘଟଣା ଘଟିଛି । ସ୍ଥାନୀୟଲୋକ ଏବଂ ପୋଲିସ ଦୁର୍ଘଟଣାଗ୍ରସ୍ତର ବସରୁ ଆହତ ଲୋକଙ୍କୁ ଉଦ୍ଧାର କରି ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରିଛନ୍ତି ।

ଜଗତସିଂହପୁରରୁ ମା’ଶାରଳାଙ୍କ ପୀଠ ଝଙ୍କଡ ଯିବା ରାସ୍ତାରେ ସଅଁରା ଛକ ନିକଟରେ ଗରୁଡ ନାମକ ଯାତ୍ରୀବାହୀ ବସ୍ ଓଲଟିପଡିଛି । ଆଗ ଚକା ଫାଟିଯିବାରୁ ଭାରସାମ୍ୟ ହରାଇ ବସ୍ ଟି ଓଲଟିପଡିଥିବା ଜଣାପଡିଛି । ବସ୍ ଟି କଟକରୁ ଭାୟା ଜଗତସିଂହପୁର ଦେଇ ଝଙ୍କଡ ଯାଉଥିବା ବେଳେ ଦିନ ପ୍ରାୟ ସାଢେ ବାରଟା ପାଖାପାଖି ଏହି ଦୁର୍ଘଟଣା ଘଟିଛି ।

ବସଟି ଓଲଟି ପଡିବାରୁ ସେଥିରେ ଥିବା ୧୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ଆହତମାନଙ୍କୁ ଜଗତସିଂହପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଏବଂ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ପୋଲିସ ଉଦ୍ଧାର ଓ ସହାୟତା କାମର ତଦାରଖ ସହ ଘଟଣାର ଛାନଭିନ୍ କରୁଛି ।  

   Related Posts