Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ରାଜ୍ୟରେ ୧୦ କରୋନା ସଂକ୍ରମିତଙ୍କ ମୃତ୍ୟୁ, ମୋଟ ମୃତ୍ୟୁ ସଂଖ୍ୟା ୩୨୪କୁ ବୃଦ୍ଧି

14/08/2020 at 10:47 AM

ଭୁବନେଶ୍ବର ୧୪।୮: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୦ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୨୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୦ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୪ ଜଣ, ପୁରୀ ଜିଲ୍ଲାରୁ ୩ ଜଣ, କଟକ, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୫୪୬୩୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୬୩୫୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୭୯୦୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୩୨୪ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୮୦୭୮୨୬ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts