Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ରାଜ୍ୟରେ ପ୍ରାଣ ହରାଇଲେ ଆଉ ୧୦ କରୋନା ସଂକ୍ରମିତ, ମୋଟ୍ ମୃତ୍ୟୁ ସଂଖ୍ୟା ୧୯୭କୁ ବୃଦ୍ଧି

2/08/2020 at 10:59 AM

ଭୁବନେଶ୍ୱର ୨।୮: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ଆଉ ୧୦ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୪ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ, ଯାଜପୁର ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ଜଣେ ଏବଂ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଜଣେ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୪୯୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୪୦୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୧୨୭୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୯୭ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୩୯ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୫୪୩୩୧୬ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts