Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୫୪୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଡିସେମ୍ବର ୩୧ପୂର୍ବରୁ ବସିବ ବିଧାନସଭାର ଶୀତ ଅଧିବେଶନ
  • ||
  • କରୋନାର ଦୈନିକ ସଂକ୍ରମଣରେ ବୃଦ୍ଧି, ୨୪ଘଣ୍ଟାରେ ୪୩୮୯୩ ନୂଆ ଆକ୍ରାନ୍ତ ଚିହ୍ନଟ
  • ||
  • ଅପରେସନ ଅଲ୍ଆଉଟ୍ : ସେନା ଗୁଳିରେ ୨ ଆତଙ୍କୀ ନିହତ, ବନ୍ଧୁକ ଓ ଗୁଳି ଜବତ
  • ||
  • ବିହାର ନିର୍ବାଚନ : ପ୍ରଥମ ପର୍ଯ୍ୟାୟ ପାଇଁ ମତଦାନ ଆରମ୍ଭ, ୭୧ଟି ଆସନରେ ଚାଲିଛି ଭୋଟିଂ
  • ||

ରାଜ୍ୟରେ ଆଉ ୧୦ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୨ ଶହ ଅତିକ୍ରମ କଲା ମୋଟ୍ ମୃତ୍ୟୁ ସଂଖ୍ୟା

3/08/2020 at 10:23 AM

ଭୁବନେଶ୍ୱର ୩।୮: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ଆଉ ୧୦ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୦ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୩ ଜଣ, ରାୟଗଡା ଜିଲ୍ଲାରୁ ୩ ଜଣ, ଗଜପତି ଜିଲ୍ଲାରୁ ୨ ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ ଏବଂ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ରହିଛନ୍ତି ।

ଗଞ୍ଜାମ ଜିଲ୍ଲାର ଜଣେ ୪୮ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ । କଳାହାଣ୍ଡି ଜିଲ୍ଲାର ଜଣେ ୬୬ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ ।

ଗଜପତି ଜିଲ୍ଲାର ୩୪ ବର୍ଷ ବୟସ୍କ ପୁରୁଷ । ରାଇଗଡା ଜିଲ୍ଲାର ଜଣେ ୭୦ ବର୍ଷ ବୟସ୍କ ପୁରୁଷ ଯିଏ କି କ୍ରୋନିକ୍ ଅବଷ୍ଟ୍ରକ୍ଟିଭ୍ ଫୁସଫୁସ ରୋଗରେ ମଧ୍ୟ ପୀଡିତ ଥିଲେ । ଗଞ୍ଜାମ ଜିଲ୍ଲାର ଜଣେ ୫୪ ବର୍ଷ ବୟସ୍କ ପୁରୁଷ ।

ରାୟଗଡା ଜିଲ୍ଲାର ଜଣେ ୬୪ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପ, ହାଇପୋଥାଇରଏଡିଜିମ୍ ଏବଂ ମୋର୍ବିଡ୍ ମେଦବହୁଳତାର ଶିକାର ଥିଲେ । ରାୟଗଡା ଜିଲ୍ଲାର ଜଣେ ୬୧ ବର୍ଷ ବୟସ୍କ ପୁରୁଷ । ଗଞ୍ଜାମ ଜିଲ୍ଲାର ଜଣେ ୫୪ ବର୍ଷ ବୟସ୍କା ମହିଳା ।

ଗଜପତି ଜିଲ୍ଲାର ଜଣେ ୪୮ ବର୍ଷ ବୟସ୍କ ପୁରୁଷ ଯିଏ ହେପାଟାଇଟିସ୍-ବି ଏବଂ ଡାଇବେଟିସ୍ ରୋଗରେ ପୀଡିତ ଥିଲେ । ଖୋର୍ଦ୍ଧା ଜିଲ୍ଲାର ଜଣେ ୬୩ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପ, ମଧୁମେହ ଏବଂ କରୋନାରୀ ଧମନୀ ରୋଗରେ ମଧ୍ୟ ପୀଡିତ ଥିଲେ ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୬୨୯୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୪୦୯୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୧୯୫୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୨୦୭ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୪୧ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୫୫୬୫୮୮ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts