Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଯୁବ ମୋର୍ଚ୍ଚା ନେତାଙ୍କୁ ମାଡ଼ ଘଟଣାରେ ପ୍ରତିବାଦ, ମୁଖ୍ୟମନ୍ତ୍ରୀଙ୍କ କୁଶ ପୁତ୍ତଳିକା ଦାହ କଲା ବିଜେପି
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାରରେ ଧବଳେଶ୍ଵର ପୀଠରେ ୧୪୪ ଧାରା ଜାରି
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା : ବଦଳିଲେ ତମାଣ୍ଡୋ ଥାନା IIC, ଚନ୍ଦକା ଥାନାର ସବ୍ ଇନ୍ସପେକ୍ଟର ତୁଲାଇବେ ଦାୟିତ୍ବ
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା, କନେଷ୍ଟବଳ ପ୍ରସନ୍ନ ବେହେରା ନିଲମ୍ବିତ
  • ||
  • ଜଗତସିଂହପୁର : ଦେବୀ ନଦୀରେ ବୁଡି ୫ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅନ୍ୟ ୩ଜଣ ଉଦ୍ଧାର
  • ||
  • ବ୍ରହ୍ମପୁର : ବ୍ରହ୍ମପୁରରେ ସ୍ବର୍ଣ୍ଣିମ ବିଜୟ ବର୍ଷ ପାଳିତ, ପୋଲିସ ରିଜର୍ଭ ଗ୍ରାଉଣ୍ଡରେ ପହଞ୍ଚିଲା ମଶାଲ
  • ||
  • ଭୁବନେଶ୍ବର : ତେଲ ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ, ଅଢେଇ କ୍ବିଣ୍ଟାଲ ଗଞ୍ଜେଇ ସହ ୨ ଜଣଙ୍କୁ ଗିରଫ କଲା ଏନ୍‌ସିବି
  • ||
  • ବାଲିପାଟଣା : ବୃଦ୍ଧଙ୍କୁ ଚାପିଦେଲା ହାଇଓ୍ବା, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ସୁନ୍ଦରଗଡ : ଗଛରୁ ଉଦ୍ଧାର ହେଲା ଯୁବକଙ୍କ ଝୁଲନ୍ତା ମୃତଦେହ, ଆତ୍ମହତ୍ୟା ସନ୍ଦେହ
  • ||
  • ବାରିପଦା : ମୟୁରଭଞ୍ଜରେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
  • ||

ଲଘୁଚାପ ପ୍ରଭାବରେ ୧୦ ଜିଲ୍ଲାରେ ପ୍ରବଳ ବର୍ଷିବ, ଜାରି ହେଲା ୟେଲୋ ଓ୍ୱାର୍ଣ୍ଣିଂ

22/09/2021 at 9:40 AM

ଭୁବନେଶ୍ୱର ୨୨/୦୯: ସୃଷ୍ଟି ହେଲା ଆଉ ଏକ ଲଘୁଚାପ । ଆଜି ୧୦ ଜିଲ୍ଲାରେ ପ୍ରବଳ ବର୍ଷିବ । ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଂଲଗ୍ନ ଅଞ୍ଚଳରେ ରହିଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ପଶ୍ଚିମବଙ୍ଗର ଦକ୍ଷିଣ ତଥା ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହି ଲଘୁଚାପ କ୍ଷେତ୍ର ସହ ଜଡ଼ିତ ଏକ ଘୂର୍ଣ୍ଣିବଳୟରୁ ଏକ ଟ୍ରଫ୍ ଲାଇନ୍ ବାହାରି ଆଭ୍ୟନ୍ତର ଓଡ଼ିଶା ଦେଇ ତେଲେଙ୍ଗାନା ଯାଏ ଲମ୍ବିଛି ।

ପୁଣି ରାଜ୍ୟରେ ଏବେ ମୌସୁମୀ ସକ୍ରିୟ ରହିଛି । ତେଣୁ ରାଜ୍ୟର କେତେକ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ବିଶେଷ କରି ଝାରସୁଗୁଡ଼ା, କେନ୍ଦୁଝର, ଅନୁଗୁଳ, ବରଗଡ଼, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ସୋନପୁର, ଦେବଗଡ଼ ଓ ସୁନ୍ଦରଗଡ଼ ଆଦି ୧୦ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ନୂଆପଡ଼ା, ନବରଙ୍ଗପୁର, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ମାଲକାନଗିରି, କୋରାପୁଟ, ସୋନପୁର ଓ ବୌଦ୍ଧ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ୨୩ ତାରିଖ ଦିନ ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି ଓ ବଲାଙ୍ଗୀର ଆଦି ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷାର ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଆସନ୍ତା ୨୫ ତାରିଖ ଆଡ଼କୁ ପୂର୍ବ-କେନ୍ଦ୍ରୀୟ ବଙ୍ଗୋ ପସାଗର ଓ ସଂଲଗ୍ନ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାକୁ ଯାଉଛି। ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ୪୮ ଘଣ୍ଟା ମଧ୍ୟରେ ଏହା ଉତ୍ତରପଶ୍ଚିମ ଦିଗରେ ଗତି କରି ଓଡ଼ିଶା ଉପକୂଳରେ ପହଞ୍ଚିବ। ଏହାର ପ୍ରଭାବରେ ଆସନ୍ତା ୨୬ ତାରିଖ ଆଡ଼କୁ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି କେନ୍ଦ୍ର ପକ୍ଷରୁ କୁହାଯାଇଛି।

   Related Posts