Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଜେଡିରେ ମିଶିବେ ପ୍ରଦୀପ ମାଝୀ, କହିଲେ ନବୀନଙ୍କ ହାତମୁଠା ଟାଣ କରିବି
  • ||
  • ଆଇଆଇଟି ଜମ୍ମୁର ନୂତନ ଗୃହ ଲୋକାର୍ପଣ କରିବେ ଗୃହମନ୍ତ୍ରୀ ଅମିତ ଶାହ, ଉପସ୍ଥିତ ରହିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୭ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୫ ହଜାରରୁ ଅଧିକ କରୋନା ପଜିଟିଭ୍, ୫୬୧ ମୃତ
  • ||
  • ଚିଲିକାକୁ ଆସିଲେଣି ବିଦେଶୀ ପକ୍ଷୀ, ସୁରକ୍ଷା ପାଇଁ ବନ ବିଭାଗ ପ୍ରସ୍ତୁତ
  • ||
  • ଲକ୍ଷ୍ମୀପୁର ହିଂସାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଡେଙ୍ଗୁ, ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି
  • ||
  • କମୁଛି ତାପମାତ୍ରା, ଦାରିଙ୍ଗିବାଡିରେ ୧୧ ଡିଗ୍ରୀକୁ ଖସିଲା ପାରଦ
  • ||
  • ସୁପର ସଣ୍ଡେରେ ସୁପର ମୁକାବିଲା : ଟି୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ହାଇଭୋଲଟେଜ୍ ଫାଇଟ୍
  • ||

ରାଜଧାନୀରେ ଚାଞ୍ଚଲ୍ୟ: ବ୍ୟାଙ୍କ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ୧୦ ଲକ୍ଷ ଟଙ୍କା ଲୁଟି ନେଲା ଦୁର୍ବୃତ୍ତ

28/09/2020 at 8:34 PM

ଭୁବନେଶ୍ୱର୨୮/୯: ବ୍ୟାଙ୍କ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ବ୍ୟାଙ୍କରୁ ୧୦ ଲକ୍ଷ ଟଙ୍କା ଲୁଟି ନେଲା ଦୁର୍ବୃତ୍ତ‌। ରାଜଧାନୀ ଉପକଣ୍ଠରେ ଥିବା ବ୍ୟାଙ୍କ ଅଫ୍‌ ଇଣ୍ଡିଆର ବରିମୁଣ୍ଡ ଶାଖାରୁ ଏହି ଲୁଟ ହୋଇଛି। ମିଳିଥିବା ସୂଚନା ମୁତାବକ, ଆଜି ସନ୍ଧ୍ୟା ପ୍ରାୟ ୪ଟା କିମ୍ବା ସାଢ଼େ ୪ ବେଳେ ବରିମୁଣ୍ଡସ୍ଥିତ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଶାଖାକୁ କର୍ମଚାରୀମାନେ ବନ୍ଦ କରି ଘରକୁ ଯିବା ପୂର୍ବରୁ ଜଣେ ଦୁର୍ବୃତ୍ତ ଆସିଥିଲା। ଦୁର୍ବୃତ୍ତ ଜଣକ ବନ୍ଧୁକ ଦେଖାଇ କର୍ମଚାରୀମାନଙ୍କୁ ପ୍ରଥମେ ଭୟଭୀତ କରାଇଥିଲା। ଦୁର୍ବୃତ୍ତର ଆତଙ୍କରାଜରେ କର୍ମଚାରୀମାନେ ଡରି ଯାଇଥିଲେ। ଏହାର ସୁଯୋଗ ନେଇ ଦୁର୍ବୃତ୍ତ କ୍ୟାସିୟରଙ୍କ ଡ୍ରୟରରେ ଥିବା ପ୍ରାୟ ୧୦ ଲକ୍ଷ ଟଙ୍କା ଲୁଟ କରି ଫେରାର ହୋଇଯାଇଥିଲା। ଟଙ୍କା ଲୁଟ କରିବା ପରେ ସେ ଭୁବନେଶ୍ୱର-କଟକ ୧୬ ନମ୍ବର ଜାତୀୟ ରାଜପଥ ଦେଇ ଫେରାର ହୋଇଯାଇଥିଲା। ବ୍ୟାଙ୍କରୁ ପ୍ରାୟ ୧୦ ଲକ୍ଷ ଟଙ୍କା ଲୁଟ ହୋଇଥିବା ନେଇ ବରିମୁଣ୍ଡସ୍ଥିତ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ପକ୍ଷରୁ ଥାନାରେ ଅଭିଯୋଗ ହୋଇଛି।

   Related Posts