Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଜେଡିରେ ମିଶିବେ ପ୍ରଦୀପ ମାଝୀ, କହିଲେ ନବୀନଙ୍କ ହାତମୁଠା ଟାଣ କରିବି
  • ||
  • ଆଇଆଇଟି ଜମ୍ମୁର ନୂତନ ଗୃହ ଲୋକାର୍ପଣ କରିବେ ଗୃହମନ୍ତ୍ରୀ ଅମିତ ଶାହ, ଉପସ୍ଥିତ ରହିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୭ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୫ ହଜାରରୁ ଅଧିକ କରୋନା ପଜିଟିଭ୍, ୫୬୧ ମୃତ
  • ||
  • ଚିଲିକାକୁ ଆସିଲେଣି ବିଦେଶୀ ପକ୍ଷୀ, ସୁରକ୍ଷା ପାଇଁ ବନ ବିଭାଗ ପ୍ରସ୍ତୁତ
  • ||
  • ଲକ୍ଷ୍ମୀପୁର ହିଂସାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଡେଙ୍ଗୁ, ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି
  • ||
  • କମୁଛି ତାପମାତ୍ରା, ଦାରିଙ୍ଗିବାଡିରେ ୧୧ ଡିଗ୍ରୀକୁ ଖସିଲା ପାରଦ
  • ||
  • ସୁପର ସଣ୍ଡେରେ ସୁପର ମୁକାବିଲା : ଟି୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ହାଇଭୋଲଟେଜ୍ ଫାଇଟ୍
  • ||

କରୋନାରେ ଆକ୍ରାନ୍ତ ହୋଇ ୧୦ ମାଓବାଦୀଙ୍କ ମୃତ୍ୟୁ, ୫୦ରୁ ଉର୍ଦ୍ଧ୍ବ ଆକ୍ରାନ୍ତ

11/05/2021 at 1:03 PM

ମାଲକାନାଗିରି ୧୧/୦୫ : କରୋନା କବଳରେ ମାଓବାଦୀ । ଘଞ୍ଚ ଜଙ୍ଗଲ ମଧ୍ୟରେ ଥାଇମଧ୍ୟ କୋଭିଡ୍‌ରେ ଜୁଝୁଛନ୍ତି ମାଓ ସଂଗଠନ ସଦସ୍ୟ । ମାଲକାନାଗିରି ଛତିଶଗଡ ସୀମାନ୍ତ ଦନ୍ତେୱାଡା ଜିଲ୍ଲାରେ କରୋନାରେ ଆକ୍ରାନ୍ତ ହୋଇ ୧୦ ଜଣ ମାଓବାଦୀଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ଏ ନେଇ ସୂଚନା ଦେଇଛନ୍ତି ଦନ୍ତେଓ୍ବାଡା ଏସପି ଅଭିଷେକ ପଲ୍ଲଭ ।

ସୂଚନାଯୋଗ୍ୟ, ଏହା ପୂର୍ବରୁ ୫୦ ରୁ ଉର୍ଦ୍ଧ୍ବ ମାଓବାଦୀ କରୋନା ଆକ୍ରାନ୍ତ ହୋଇଥିବା ନେଇ ସୁଚନା ଦେଇଥିଲେ ଦନ୍ତେୱାଡା ଏସପି ଅଭିଷେକ ପଲ୍ଲଭ । ୨୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରାଯାଇଥିବା ଦଣ୍ଡକାରଣ୍ୟ ସ୍ପେଶାଲ ଜୋନାଲ କମିଟିର ମାଓ ନେତ୍ରୀ ସୁଜାତା ମଧ୍ୟ କୋଭିଡ୍‌ରେ ଆକ୍ରାନ୍ତ ହୋଇଥିଲା ।

ତେବେ କରୋନା ସଂକ୍ରମଣ ଭୟାବହତାରେ ମାଓବାଦୀମାନେ ମଧ୍ୟ ଫଶିବା ପରେ  ସମାଜର ମୁଖ୍ୟ ସ୍ରୋତକୁ ଫେରି ଆସିବା ଲାଗି ଆହ୍ବାନ ଦେଇଥିଲେ ଏସପି ଅଭିଷେକ ପଲ୍ଲଭ । ହେଲେ ଏବେ ନକ୍ସଲ ମାନେ କରୋନା ରେ ପ୍ରାଣ ହରାଇବା ପରେ ନିରୀହ ଆଦିବାସୀ ଲୋକଙ୍କୁ ନେଇ ଚିନ୍ତା ବଢିଛି ।

   Related Posts