Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୂଆପଡା : ୫ ଡକାୟତ ଗିରଫ, ଲୁଟ୍ ହୋଇଥିବା ଟଙ୍କା ସହ ଅଳଙ୍କାର ଜବତ
  • ||
  • ଭୁବନେଶ୍ବର : ୧୦ ବରିଷ୍ଠ ଅଧିକାରୀଙ୍କୁ ୧୦ ଜିଲ୍ଲା ଦାୟିତ୍ବ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୧୭ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୪ କୋଭିଡ୍ ପଜିଟିଭ୍, ୩୩୭୩୫୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ଭିସୁଟ୍‌ ଛାତ୍ରଛାତ୍ରୀ କରୋନା ପଜିଟିଭ୍ ରିପୋର୍ଟ ଥିଲା ଭୁଲ୍, ଆଣ୍ଟିଜେନ୍ କିଟ୍ ଖରାପରୁ ୨୫ଜଣଙ୍କର ରିପୋର୍ଟ ଆସିଥିଲା ପଜିଟିଭ୍
  • ||
  • କୋରାପୁଟ : ଜବତ ହେଲା ୭ କୋଟି ୯୦ ଲକ୍ଷ ଟଙ୍କାର ଜାଲ ନୋଟ୍, ୩ ଅଟକ
  • ||
  • ଚାନ୍ଦବାଲି : ଧାମରା ରେଳପଥରେ କଟି ଯୁବକଙ୍କ ମୃତ୍ୟୁ, ପାରିବାରିକ କଳହରୁ ଆତ୍ମହତ୍ୟା ସନ୍ଦେହ
  • ||
  • ଖୋର୍ଦ୍ଧା : ବେଆଇନ ମାଙ୍କଡା ପଥର ଚାଲାଣ ବେଳେ ଚଢାଉ, ୭ଟି ଟ୍ରକ୍ ଜବତ
  • ||
  • ଉଦଳା : ଅନ୍ୟ ଜିଲ୍ଲାକୁ ଚାଲାଣ ବେଳେ ୪ ଶିଶୁ ଶ୍ରମିକ ଉଦ୍ଧାର
  • ||
  • କୋରାପୁଟ : କୋଟିଆରେ ଓଡିଶା-ଆନ୍ଧ୍ର ଛକାପଞ୍ଝା, ରାଜ୍ୟ ବାଣ୍ଟୁଛି କରୋନା ଟିକା, ଆନ୍ଧ୍ର ବାଣ୍ଟୁଛି ବାର୍ଦ୍ଧକ୍ୟ ଭତ୍ତା
  • ||

ରାଜ୍ୟରେ ଆଉ ୧୦ କରୋନା ସଂକ୍ରମିତଙ୍କ ମୃତ୍ୟୁ, ମୋଟ ମୃତ୍ୟୁ ସଂଖ୍ୟା ୨୩୫କୁ ବୃଦ୍ଧି

6/08/2020 at 10:52 AM

ଭୁବନେଶ୍ୱର ୬।୮: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ଆଉ ୧୦ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୩୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

ମୃତ ୧୦ ଜଣଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୩ ଜଣ, ସୁନ୍ଦରଗଡ ଜିଲ୍ଲାରୁ ଦୁଇ ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ଜଣେ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ ଜିଲ୍ଲାରୁ ଜଣେ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୦୭୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୪୭୦୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୫୭୩୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୨୩୫ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୪୫ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୬୦୦୫୯୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts