Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମହାରାଷ୍ଟ୍ର : ଭାରସାମ୍ୟ ହରାଇ ୩୦ ଫୁଟ ଖାଇକୁ ଖସିଲା ବସ୍, ୫ ଜଣଙ୍କ ମୃତ୍ୟୁ, ୩୫ ଆହତ
  • ||
  • କାର୍ଯ୍ୟରେ ଅବହେଳା ପାଇଁ ନିଲମ୍ବିତ ହେଲେ ଗୁଣୁପୁର ତହସିଲଦାର
  • ||
  • ଚେନ୍ନାଇ ସୁପରକିଙ୍ଗ୍ସକୁ ବଡ ଝଟକା, ଆହତ କାରଣରୁ ଆଇପିଏଲ୍‌ର ବାକି ମ୍ୟାଚ୍‌ରୁ ବାଦ୍ ପଡିଲେ ଡ୍ଵେନ ବ୍ରାଭୋ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୯୩୧ କରୋନା ସଂକ୍ରମିତ ଚିହ୍ନଟ
  • ||
  • ୧୨କୋଟି ଟଙ୍କାର ଜିଏସ୍‌ଟି ଠକେଇ ଅଭିଯୋଗ, ବିଭାଗ ପକ୍ଷରୁ ଛାନ୍‌ଭିନ୍‌ ଆରମ୍ଭ
  • ||
  • ବିଜାପୁରରେ ଏନ୍‌କାଉଣ୍ଟର : ଜଣେ ନକ୍ସଲ ନିହତ, ୨ ଯବାନ ଆହତ
  • ||
  • ମାଓବାଦୀଙ୍କ ବର୍ବର କାଣ୍ଡ , ପୋଲିସ ଇନଫର୍ମର ସନ୍ଦେହରେ ଘରୁ ଡାକି ନେଇ ହତ୍ୟା
  • ||

ସୋମବାର ବରଗଡ଼ରେ ୧୦ କରୋନା ଆକ୍ରାନ୍ତ ଚିହ୍ନଟ: ଜିଲ୍ଲାରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୯୭ କୁ ଛୁଇଁଲା

29/06/2020 at 3:56 PM

ବରଗଡ଼୨୯/୬: ବରଗଡ଼ ଜିଲ୍ଲାରେ ପୁଣି ଆଜି ୧୦ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସମସ୍ତ ଆକ୍ରାନ୍ତ ବରଗଡ଼ ବ୍ଲକ କଟାପାଲି ଗ୍ରାମର। ସେମାନଙ୍କ ମଧ୍ୟରେ ୩ ଅଙ୍ଗନଓ୍ବାଡ଼ି କର୍ମୀ ଏବଂ ଜଣେ ଆଶାକର୍ମୀ ରହିଛନ୍ତି। ଆକ୍ରାନ୍ତମାନଙ୍କୁ ବରଗଡ଼ କୋଭିଡ୍‌ ହସ୍ପିଟାଲ ଏବଂ କୋଭିଡ୍‌ କେୟାର ସେଣ୍ଟରରେ ଭର୍ତ୍ତି କରାଯାଇଥିବା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସୂଚନା ଦେଇଛନ୍ତି।

ନୂଆ ଆକ୍ରାନ୍ତ ଚିହ୍ନଟ ପରେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୯୭ରେ ପହଁଞ୍ଚିଛି । ତେବେ କଟାପାଲିରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବା ଘଟଣା ଏଠାରେ ଚିନ୍ତା ବଢ଼ାଇ ଦେଇଛି । ଗତ ୧୬ ତାରିଖରେ ଏହି ଗ୍ରାମରେ ଜଣେ ୭୬ ବର୍ଷୀୟ ବୃଦ୍ଧ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ଏହାପରେ କେବଳ କଟାପାଲି ଗ୍ରାମରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ୪୧ରେ ପହଞ୍ଚିଛି। ତେବେ ଗତ ୧୬ ତାରିଖରୁ କଟାପାଲିକୁ କଣ୍ଟେନମେଣ୍ଟ‌ ଜୋନ୍ ଘୋଷଣା କରାଯାଇଛି।

   Related Posts