Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ICC ଟି-୨୦ ରାଙ୍କିଂ : ୪ର୍ଥ ସ୍ଥାନରେ ପାକିସ୍ତାନ ବ୍ୟାଟ୍ସମ୍ୟାନ୍‌ ମହମ୍ମଦ ରିଜଓ୍ବାନ, ବିରାଟ କୋହଲି (୫) ଏବଂ ଲୋକେସ ରାହୁଲ (୮) ଖସିଲେ
  • ||
  • କରଞ୍ଜିଆ : ନଭେମ୍ବର ପହିଲାରୁ ଖୋଲିବ ଶିମିଳିପାଳ ଜାତୀୟ ଉଦ୍ୟାନ
  • ||
  • ସୋର : ଭଙ୍ଗା ଘରୁ ମିଳିଲା ପୁଳା ପୁଳା ରାସନ କାର୍ଡ, ଲୋକଙ୍କୁ ଦିଆନଯାଇ ଲୁଚାଇ ରଖାଯାଇଥିଲା କାହିଁକି ?
  • ||
  • ଆନନ୍ଦପୁର : କଣ୍ଡକ୍ଟରଙ୍କ ଭୁଲ୍, ଯାତ୍ରୀଙ୍କ ଗୋଡ ଉପରେ ଚଢିଗଲା ବସ୍
  • ||
  • କୋଣାର୍କ : ବାଇକ୍ ଚୋରି ରାକେଟ୍ ଠାବ : ୮ ବାଇକ୍ ସହ ୪ ଅଭିଯୁକ୍ତ ଗିରଫ
  • ||
  • ତେଲକୋଇ : କାଞ୍ଜିପାଣି ଘାଟିରେ ଭାରସ୍ୟାମ ହରାଇ ଓଲଟିଲା ଅଟୋ, ୫ବର୍ଷର ଶିଶୁ ସମେତ ୩ ଗୁରୁତର
  • ||
  • ଚାନ୍ଦବାଲି : ଅଘୋଷିତ ବିଦ୍ୟୁତ କାଟ୍ : ଦୀର୍ଘ ୧୨ଘଣ୍ଟା ଧରି ଅନ୍ଧାରରେ ରହିଲା ଆଖଣ୍ଡଳମଣୀ ପୀଠ
  • ||
  • ଭୁବନେଶ୍ବର : ନଭେମ୍ବର ୧ରୁ ଯୁକ୍ତ ୩ ପ୍ରଥମ ବର୍ଷ ଏବଂ ୧୫ରୁ ପିଜି ପ୍ରଥମ ବର୍ଷ କ୍ଲାସ୍ ଖୋଲିବ
  • ||
  • ଖୋର୍ଦ୍ଧା : ୩ ଦିନ ହେବ ଚିଲିକା ମଝିରେ ଫସିଥିଲା ଡଙ୍ଗା, ୨ ମତ୍ସ୍ୟଜୀବୀଙ୍କ ସହ ୧୦ବର୍ଷର ଛୁଆ ଉଦ୍ଧାର
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ଘଟଣାରେ ନୀରବତାକୁ ବରଦାସ୍ତ କରାଯିବନି : କଂଗ୍ରେସ
  • ||

ଚାନ୍ଦବାଲିର ୪ ପଞ୍ଚାୟତର ୧୦ଗୋଟି ଗାଁ ବନ୍ୟା ଘେରରେ, ୨ଟି ଗାଁ ବାହ୍ୟ ଜଗତରୁ ବିଚ୍ଛିନ୍ନ

17/09/2021 at 11:41 AM

ଚାନ୍ଦବାଲି ୧୭।୯: ଲଗାଣ ବର୍ଷା ଯୋଗୁଁ ବୈତରଣୀ ନଦୀରେ ଆସିଛି ବନ୍ୟା । ବୈତରଣୀ ଉପରମୁଣ୍ଡରେ ବନ୍ୟାଜଳ ବିପଦ ସଂକେତ ଉପରେ ପ୍ରବାହିତ ହେଉଥିବା ବେଳେ ତଳମୁଣ୍ଡରେ ବନ୍ୟାଜଳ ବଢିବାରେ ଲାଗିଛି । ଭଦ୍ରକ ଜିଲ୍ଲାର ସୀମାବର୍ତ୍ତୀ ଅଞ୍ଚଳ ଆରଡି, ଓଳଗ, ସୁନ୍ଦରପୁର, ନାନ୍ଦପୁର ୪ଟି ପଞ୍ଚାୟତର ୧୦ ଗୋଟି ଗାଁ ଏବେ ବନ୍ୟାଘେରରେ । ୨ଟି ଗାଁ ବୋଡକ ଓ ସନ୍ତରା ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଯାଇଛି।  

ଏହି ଅଞ୍ଚଳ ଦେଇ ପ୍ରବାହିତ ହେଉଥିବା ବୈତରଣୀ ନଦୀର ବନ୍ୟାଜଳ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି । ଫଳରେ ବିଭିନ୍ନ ଏସକେପ୍ ଓ ମାହାରା ଦେଇ ବନ୍ୟାଜଳ ଜନବସତି ଆଡକୁ ମାଡିବାରେ ଲାଗିଛି । ଏହାସହ ଆଖଣ୍ଡଳମଣୀକୁ ଆଖିଆ ୨୦ନଂ ଜାତୀୟ ରାଜପଥ ବୋଡକ ନିକଟରେ ବନ୍ୟାଜଳ ପ୍ରବାହିତ ହେବାରେ ଲାଗିଛି ।

ସେହିପରି ଆଖଣ୍ଡଳମଣୀ ତିହିଡି ରାସ୍ତାର ଆରଡି ନିକଟରେ ବନ୍ୟାଜଳ ଚାଲୁଥିବାରୁ ଯୋଗାଯୋଗ ବାଧାପ୍ରାପ୍ତ ହୋଇଛି। ବୈତରଣୀନଦୀ କୂଳ ଲଘିଂ ବନ୍ୟାଜଳ ଓଳଗ ପଞ୍ଚାୟତର ବୋଡକ, ଷାଠିବାଙ୍କୁଡା, ଅମୃତମଣୀ, ଆରଡି ପଞ୍ଚାୟତର ମୁଆଁ, ସନ୍ତରା, ପାଲଟପୁର, ଶୀତଳପୁର ଆଦି ଗାଁରେ ବନ୍ୟାପାଣି ପ୍ରବେଶ କରିବାରୁ ଜଳବନ୍ଦୀ ହୋଇ ରହିଛନ୍ତି ଲୋକମାନେ ବସବାସ କରୁଥିବା ଲୋକମାନେ ଅଣ୍ଟାଏ ପାଣିରେ ପଶି  ଯାତାୟତ କରୁଛନ୍ତି।  ଅନେକ ସ୍ଥାନରେ ନଳକୂପ ବୁଡିଯାଇଥିବାରୁ ପିଇବା ପାଣିର ସମସ୍ୟା ଦେଖାଦେଇଛି । ସେହିପରି ଶହ ଶହ ଏକର ଚାଷ ଜମିରେ ଲହଡି ଭାଙ୍ଗୁଛି ପାଣି ।

   Related Posts