Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୁଜିବ ଓ ରଶିଦଙ୍କ ଘାତକ ବୋଲିଂ, ସ୍କଟଲାଣ୍ଡକୁ ୧୩୦ ରନରେ ହରାଇଲା ଆଫଗାନିସ୍ତାନ
  • ||
  • ଇଣ୍ଡିଆନ ପ୍ରିମିୟର ଲିଗ୍ (IPL)ରେ ସାମିଲ ହେଲେ ଆଉ ୨ଟି ନୂଆ ଟିମ । ୨ ଟିମ ଅହମ୍ମଦାବାଦ ଏବଂ ଲକ୍ଷ୍ନୌ ଆସନ୍ତାବର୍ଷ ହେବାକୁ ଥିବା ଆଇପିଏଲରେ ଅଂଶଗ୍ରହଣ କରିବେ ।
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୩୬୦ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୧୮୦ ଡିସଚାର୍ଜ
  • ||
  • ସତ ହେଲା ଧୋନୀଙ୍କ ଭବିଷ୍ୟବାଣୀ, ୫ ବର୍ଷ ତଳେ କହିଥିଲେ- ଦିନେ ଏମିତି ହେବ…
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୨୫ କୋଭିଡ୍ ପଜିଟିଭ୍
  • ||
  • ପଡୋଶୀ ଘରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ୨ ପରିବାର ମଧ୍ୟରେ ରକ୍ତାକ୍ତ ସଙ୍ଘର୍ଷ : ୮ ଗୁରୁତର, ବୁଲିଲା ଟାଙ୍ଗିଆ ଓ କଟୁରୀ
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାର : ଧବଳେଶ୍ୱର ପୀଠରେ ୧୪୪ ଧାରା, ମନ୍ଦିର ଖାଁ ଖାଁ
  • ||
  • ୫ ଦିନ ଯାଏଁ ଖସିବନି ପାରଦ, ୨୮ରୁ କାଁ ଭାଁ ବର୍ଷା
  • ||

କାୟା ମେଲାଉଛି କରୋନା, ଭୁବନେଶ୍ଵରରେ ଦିନକରେ ହଜାରେ ଟପିଲେ ପଜିଟିଭ୍

28/04/2021 at 7:16 PM

ଭୁବନେଶ୍ଵର ୨୮।୦୪:  ରାଜ୍ୟରେ କରୋନାର ଦ୍ଵିତୀୟ ଲହର କାୟା ବିସ୍ତାର କରିବାରେ ଲାଗିଛି। ରାଜ୍ୟ ସହ ତାଳ ଦେଇ ରାଜଧାନୀ ଭୁବନେଶ୍ଵରରେ ମଧ୍ୟ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। କରୋନାର କେନ୍ଦ୍ରସ୍ଥଳ ପାଲଟିଛି ରାଜଧାନୀ ମହାନଗର।  ଆଜି ରାଜ୍ୟରେ ସାତ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହେବା ପରେ ଭୁବନେଶ୍ଵରରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦୦ ଡେଇଁଛି। ଗତ ୨୪ ଘଣ୍ଟାରେ ରାଜଧାନୀରେ ୧୦୪୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ସଂକ୍ରମିତଙ୍କ ସଂଖ୍ୟା ୪୨,୪୪୫କୁ ବୃଦ୍ଧି ଘଟିଛି। ଅନ୍ୟପଟେ ୪୪୭ ଜଣ ସୁସ୍ଥ ହୋଇଛନ୍ତି। ଭୁବନେଶ୍ଵର ମହାନଗର କର୍ତ୍ତୃପକ୍ଷ ବୁଧବାର ଟ୍ଵିଟ୍ କରି ଏହାର ସୂଚନା ଦେଇଛନ୍ତି।

ଚିହ୍ନଟ ୧୦୪୪ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୨୧୯ ରହିଥିବା ବେଳେ ସ୍ଥାନୀୟ ସଂକ୍ରମଣ ୮୨୫ ରହିଛି। ପଟିଆରୁ ସର୍ବାଧିକ ୬୪ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ନୟାପଲ୍ଲୀରୁ ୪୯, ଖଣ୍ଡଗିରିରୁ ୪୭, ଚନ୍ଦ୍ରଶେଖରପୁରରୁ ୪୨, ଓଲଡ ଟାଉନରୁ ୩୯, ଶୈଳଶ୍ରୀ ବିହାରରୁ ୨୭, ସୁନ୍ଦରପଦାରୁ ୨୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ରାଜଧାନୀରେ ଆଜି ପର୍ଯ୍ୟନ୍ତ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୨,୪୪୫ ରହିଛି। ଏଥିରୁ ୩୫,୬୭୪ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। କରୋନାଜନିତ ମୃତ୍ୟୁ ସଂଖ୍ୟା ୨୫୭ ରହିଥିବା ବେଳେ ଆକ୍ଟିଭ୍ କେସ୍ ସଂଖ୍ୟା ୬୪୯୩ ରହିଛି।

   Related Posts