ଭୁବନେଶ୍ବରରୁ ଚିହ୍ନଟ ହେଲେ ୧୦୪୮ କରୋନା ଆକ୍ରାନ୍ତ, ଚିନ୍ତା ବଢାଉଛି ସ୍ଥାନୀୟ ସଂକ୍ରମଣ

Published By : Prameya-News7 Bureau | May 07, 2021 IST

ଭୁବନେଶ୍ବର ୦୫/୦୫ : ରାଜଧାନୀ ଭୁବନେଶ୍ବରରେ କରୋନା ସଂକ୍ରମଣ ବ୍ୟାପକ ଭାବେ ବୃଦ୍ଧି ପାଇବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ବରରେ ୧୦୪୮ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ କ୍ବାରେଣ୍ଟାଇନରୁ ୧୫୧ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ୮୯୭ ଜଣ । ଏହାକୁ ମିଶାଇ ଭୁବନେଶ୍ବରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଛି ୫୧୪୯୬ । ତେବେ ବର୍ତ୍ତମାନ ସୁଦ୍ଧା ମୋଟ ୪୧୧୩୬ ଜଣ ସୁସ୍ଥ ହୋଇସାରିଛନ୍ତି । ୨୭୯ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୦ ହଜାର ୬୦ ଆକ୍ଟିଭ୍ କେସ୍‌ ରହିଛି ।

wp:embed {"url":"https://twitter.com/bmcbbsr/status/1390655709545566213","type":"rich","providerNameSlug":"twitter","responsive":true,"className":""}
https://twitter.com/bmcbbsr/status/1390655709545566213
/wp:embed

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.