୧୦ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୦,୫୨୧ ପଜିଟିଭ୍

Published By : Prameya-News7 Bureau | May 06, 2021 IST

ଭୁବନେଶ୍ବର ୦୬।୦୫ : ରାଜ୍ୟରେ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟକ ୧୦,୫୨୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୦୦୧୬୨ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୯୪୫ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୪୫୭୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

wp:html /wp:html

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୮୮ଜଣ, ବାଲେଶ୍ୱର ଜିଲ୍ଲାରୁ ୯୭ଜଣ, ବରଗଡ଼ ଜିଲ୍ଲାରୁ ୫୪୩ଜଣ, ଭଦ୍ରକ ଜିଲ୍ଲାରୁ ୧୫୮ଜଣ, ବଲାଙ୍ଗୀର ଜିଲ୍ଲାରୁ ୩୧୪ଜଣ, ବୌଦ୍ଧ ଜିଲ୍ଲାରୁ ୨୫୦ଜଣ, କଟକ ଜିଲ୍ଲାରୁ ୯୬୩ଜଣ, ଦେଓଗଡ଼ ଜିଲ୍ଲାରୁ ୮୮ଜଣ, ଢେଙ୍କାନାଳ ଜିଲ୍ଲାରୁ ୮୮ଜଣ, ଗଜପତି ଜିଲ୍ଲାରୁ ୧୧୩ଜଣ, ଗଞ୍ଜାମ ଜିଲ୍ଲାରୁ ୧୯୬ଜଣ, ଜଗତସିଂହପୁର ଜିଲ୍ଲାରୁ ୨୧୭ଜଣ, ଯାଜପୁର ଜିଲ୍ଲାରୁ ୩୭୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩୧୪ଜଣ, କଳାହାଣ୍ଡି ଜିଲ୍ଲାରୁ ୫୭୧ଜଣ, କନ୍ଧମାଳ ଜିଲ୍ଲାରୁ ୭୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୨୧ଜଣ, କେନ୍ଦୁଝର ଜିଲ୍ଲାରୁ ୧୯୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୪୭୭ଜଣ, କୋରାପୁଟ ଜିଲ୍ଲାରୁ ୧୮୨ଜଣ, ମାଲକାନଗିରି ଜିଲ୍ଲାରୁ ୮୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୮୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୪୦୪ଜଣ, ନୟାଗଡ଼ ଜିଲ୍ଲାରୁ ୨୨୪ଜଣ, ନୂଆପଡ଼ା ଜିଲ୍ଲାରୁ ୩୦୪ଜଣ, ପୁରୀ ଜିଲ୍ଲାରୁ ୩୧୯ଜଣ, ରାୟଗଡ଼ା ଜିଲ୍ଲାରୁ ୧୪୦ଜଣ, ସମ୍ବଲପୁର ଜିଲ୍ଲାରୁ ୪୬୦ଜଣ, ସୋନପୁର ଜିଲ୍ଲାରୁ ୧୧୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧୮୬ଜଣ, ଷ୍ଟେଟ୍‌ ପୁଲ୍‌ରୁ ୨୮୨ଜଣ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୫୦୦୧୬୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୧୫୮୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୪୧୬୪୦୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୦୩୬୭୪୧୮ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.