୧୦ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୦୬୪୯ ପଜିଟିଭ୍

Published By : Prameya-News7 Bureau | May 13, 2021 IST

ଭୁବନେଶ୍ୱର ୧୩।୦୫ : ରାଜ୍ୟରେ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟକ ୧୦୬୪୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୭୬୨୯୭ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୯୬୫ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୪୬୮୪ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

wp:html /wp:html

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫୫୭ଜଣ, ବାଲେଶ୍ୱର ଜିଲ୍ଲାରୁ ୫୦୩ଜଣ, ବରଗଡ଼ ଜିଲ୍ଲାରୁ ୩୯୧ଜଣ, ଭଦ୍ରକ ଜିଲ୍ଲାରୁ ୨୧୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୯୮ଜଣ, ବୌଦ୍ଧ ଜିଲ୍ଲାରୁ ୨୩୨ଜଣ, କଟକ ଜିଲ୍ଲାରୁ ୯୩୦ଜଣ, ଦେଓଗଡ଼ ଜିଲ୍ଲାରୁ ୧୧୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୨୦ଜଣ, ଗଜପତି ଜିଲ୍ଲାରୁ ୧୦୪ଜଣ, ଗଞ୍ଜାମ ଜିଲ୍ଲାରୁ ୨୪୫ଜଣ, ଜଗତସିଂହପୁର ଜିଲ୍ଲାରୁ ୨୭୮ଜଣ, ଯାଜପୁର ଜିଲ୍ଲାରୁ ୩୦୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩୬୮ଜଣ, କଳାହାଣ୍ଡି ଜିଲ୍ଲାରୁ ୨୬୩ଜଣ, କନ୍ଧମାଳ ଜିଲ୍ଲାରୁ ୬୯ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୮୫ଜଣ, କେନ୍ଦୁଝର ଜିଲ୍ଲାରୁ ୧୭୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୫୫୭ଜଣ, କୋରାପୁଟ ଜିଲ୍ଲାରୁ ୧୬୪ଜଣ, ମାଲକାନଗିରି ଜିଲ୍ଲାରୁ ୪୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪୦୪ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୦୭ଜଣ, ନୟାଗଡ଼ ଜିଲ୍ଲାରୁ ୩୫୭ଜଣ, ନୂଆପଡ଼ା ଜିଲ୍ଲାରୁ ୩୩୧ଜଣ, ପୁରୀ ଜିଲ୍ଲାରୁ ୩୩୫ଜଣ, ରାୟଗଡ଼ା ଜିଲ୍ଲାରୁ ୧୬୩ଜଣ, ସମ୍ବଲପୁର ଜିଲ୍ଲାରୁ ୪୯୪ଜଣ, ସୋନପୁର ଜିଲ୍ଲାରୁ ୧୯୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୭୭୪ଜଣ, ଷ୍ଟେଟ୍‌ ପୁଲ୍‌ରୁ ୨୬୭ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୫୭୬୨୯୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୦୩୧୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୪୭୩୬୮୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୦୭୧୧୩୦୯୮ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.