ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୦୮ କୋଭିଡ୍ ପଜିଟିଭ୍‌, ୩୩୪୯୫୮ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

Published By : Prameya-News7 Bureau | January 30, 2021 IST

ଭୁବନେଶ୍ବର ୩୦।୦୧: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୦୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୪୯୫୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୩ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୪୫ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

wp:html /wp:html

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୮ଜଣ, ବାଲେଶ୍ୱର ଜିଲ୍ଲାରୁ ୧୦ଜଣ, ବରଗଡ଼ ଜିଲ୍ଲାରୁ ୮ଜଣ, କଟକ ଜିଲ୍ଲାରୁ ୯ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୪ଜଣ, ଯାଜପୁର ଜିଲ୍ଲାରୁ ୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ, କଳାହାଣ୍ଡି ଦିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୮ଜଣ, ପୁରୀ ଜିଲ୍ଲାରୁ ୭ଜଣ, ରାୟଗଡ଼ା ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୧୦ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୨ଜଣ, ଷ୍ଟେଟ ପୁଲ୍‌ରୁ ଜଣେ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୪୯୫୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୧୭୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୧୮୨୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୭୬୮୫୭୭୬ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.