ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍, ୧୧ ଯାତ୍ରୀ ଆହତ

Published By : Prameya-News7 Bureau | January 28, 2020 IST

ବେତନଟୀ ୨୮।୧: ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ବକୁ ଓଲଟିପଡିଲା ଯାତ୍ରୀବାହୀ ବସ୍ । ଦୁର୍ଘଟଣା ଫଳରେ ୧୧ ଯାତ୍ରୀ ଆହତ ହୋଇଛନ୍ତି । ଆହତମାନଙ୍କୁ ବାରିପଦା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।                      

{"id":216861,"sizeSlug":"large"}

ସୂଚନାଯୋଗ୍ୟ ଯେ, ସୋମବାର ଦିନ ବାଲେଶ୍ବରରୁ ବାରିପଦା ଅଭମୁଖେ ଯାଉଥିବା ‘ମହାଭାରତ’ ନାମକ ଏକ ଯାତ୍ରୀବାହୀ ବସ୍ ଭାରସାମ୍ୟ ହରାଇ ବଡସାହି ନିକଟରେ ଓଲଟି ପଡିଛି । ଫଳରେ ୧୧ ଜଣ ଯାତ୍ରୀ ଆହତ ହୋଇଛନ୍ତି । ଆହତ ଯାତ୍ରୀମାନଙ୍କୁ ପ୍ରଥମେ ବଡସାହି ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା । ପରେ ସେମାନଙ୍କୁ ବଡସାହି ଡାକ୍ତରଖାନାରୁ ବାରିପଦା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ଘଟଣାସ୍ଥଳରେ ବଡସାହି ପୋଲିସ ପହଞ୍ଚି ଆହତଯାତ୍ରୀଙ୍କୁ ଉଦ୍ଧାର କରି ତଦନ୍ତ କରିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.