Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ଜମି ଜମା ବିବାଦକୁ ନେଇ ବୁଲିଲା ଖଣ୍ଡା-ଭୁଜାଲି, ଉଭୟ ପକ୍ଷରୁ ୧୦ ଗୁରୁତର

17/10/2021 at 6:31 PM

ସୋର,୧୭/୧୦: ବାଲେଶ୍ବର ଜିଲ୍ଲା ସୋର ପୌରପାଳିକା ୬ନଂ ୱାର୍ଡର ପାରମହଲାରେ ଜମି ଜମା ବିବାଦକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଛି । ଉଭୟ ପକ୍ଷରୁ ୧୦ ଜଣ ଗୁରୁତର ଆହାତ ହୋଇଥିବା ଜଣାପଡ଼ିଛି । ଆହାତଙ୍କୁ ସ୍ଥାନୀୟ ଲୋକ ଉଦ୍ଧାର କରି ପ୍ରଥମେ ସୋର ଡାକ୍ତର ଖାନାରେ ଭର୍ତ୍ତି କରିଥିଲେ ।

ସେମାନଙ୍କ ମଧ୍ୟରୁ ୭ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ସେମାନଙ୍କୁ ବାଲେଶ୍ବର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ଗୁରୁତର ଆହାତମାନେ ହେଲେ ମିର୍ କେଶର, ମିର ଛୋଟୁ, ଜାହିଦ୍ ହୋସେନ୍, ମିର୍ ରୋଶନ, ତାକିମୁନ୍ ବିବି, ମିର୍ ମହିରାଜ୍, ମିର୍ ସମସାର, ମିର୍ ରିଆଜ୍, ମିର୍ ଆଜାଦ୍ । ମିର୍ ଆଜାଦ୍ ସେନାରେ ଜଣେ କାର୍ଯ୍ୟରତ କର୍ମଚାରୀ । ଖବର ପାଇ ଘଟଣାସ୍ଥଳରେ ସୋର ପୋଲିସ୍ ପହଞ୍ଚି ଘଟଣାର ତଦନ୍ତ କରୁଛନ୍ତି ।

   Related Posts