ଘାଇକୁ ଖସିପଡିଲା ଗାଡ଼ି, ୧୧ ମୃତ

Published By : Prameya-News7 Bureau | October 31, 2021 IST

ଡେରାଡୁନ୍ ୩୧।୧୦: ଭୟଙ୍କର ସଡ଼କ ଦୁର୍ଘଟଣା । ଏହି ଦୁର୍ଘଟଣାରେ ୧୧ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଲୋକ ଆହତ ହୋଇଛନ୍ତି । ସମସ୍ତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଉତ୍ତରାଖଣ୍ଡ ଡେରାଡୁନ୍‌ ଜିଲ୍ଲାର ବିକାସନଗର ନିକଟରେ ଏହି ଦୁର୍ଘଟଣା ଘଟିଛି । ପୋଲିସ ଓ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚିଛନ୍ତି ।

ଖବର ଅନୁଯାୟୀ, ଏକ ଗାଡ଼ି ଯାତ୍ରୀଙ୍କୁ ନେଇ ଯାଉଥିବା ବେଳେ ଭାରସାମ୍ୟ ହରାଇ ଘାଇକୁ ଖସିପଡିଥିଲା । ଦୁର୍ଘଟଣା ସଂପର୍କରେ ଖବର ପାଇ ପୋଲିସ ଓ ଉଦ୍ଧାରକାରୀ ଦଳ ପହଞ୍ଚିଥିଲେ । ସ୍ଥାନୀୟ ଲୋକଙ୍କ ସହାୟତାରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ତେବେ ଏହି ଦୁର୍ଘଟଣାରେ ୧୧ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି । ତେବେ ଆହତ ଥିବା ବ୍ୟକ୍ତିଙ୍କ ମଧ୍ୟରେ କେତେକଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡିଛି । ସେମାନଙ୍କୁ ଉତ୍ତମ ଚିକିତ୍ସା ନିମନ୍ତେ ବଡ଼ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି ।  ସମସ୍ତ ମୃତକମାନେ ନିକଟସ୍ଥ ଏକ ଗାଁର ବୋଲି ସୂଚନା ରହିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.