Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା : ବଦଳିଲେ ତମାଣ୍ଡୋ ଥାନା IIC, ଚନ୍ଦକା ଥାନାର ସବ୍ ଇନ୍ସପେକ୍ଟର ତୁଲାଇବେ ଦାୟିତ୍ବ
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା, କନେଷ୍ଟବଳ ପ୍ରସନ୍ନ ବେହେରା ନିଲମ୍ବିତ
  • ||
  • ଜଗତସିଂହପୁର : ଦେବୀ ନଦୀରେ ବୁଡି ୫ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅନ୍ୟ ୩ଜଣ ଉଦ୍ଧାର
  • ||
  • ବ୍ରହ୍ମପୁର : ବ୍ରହ୍ମପୁରରେ ସ୍ବର୍ଣ୍ଣିମ ବିଜୟ ବର୍ଷ ପାଳିତ, ପୋଲିସ ରିଜର୍ଭ ଗ୍ରାଉଣ୍ଡରେ ପହଞ୍ଚିଲା ମଶାଲ
  • ||
  • ଭୁବନେଶ୍ବର : ତେଲ ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ, ଅଢେଇ କ୍ବିଣ୍ଟାଲ ଗଞ୍ଜେଇ ସହ ୨ ଜଣଙ୍କୁ ଗିରଫ କଲା ଏନ୍‌ସିବି
  • ||
  • ବାଲିପାଟଣା : ବୃଦ୍ଧଙ୍କୁ ଚାପିଦେଲା ହାଇଓ୍ବା, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ସୁନ୍ଦରଗଡ : ଗଛରୁ ଉଦ୍ଧାର ହେଲା ଯୁବକଙ୍କ ଝୁଲନ୍ତା ମୃତଦେହ, ଆତ୍ମହତ୍ୟା ସନ୍ଦେହ
  • ||
  • ବାରିପଦା : ମୟୁରଭଞ୍ଜରେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
  • ||
  • ଭୁବନେଶ୍ବର : ବିନା ଛୁଞ୍ଚିରେ ଟିକା ନେବେ ଶିଶୁ, ଦୁଇଟି ଡୋଜ୍ ନେବା ପାଇଁ ପରାମର୍ଶ
  • ||
  • ଅନୁଗୋଳ : ପ୍ରାତଃ ଭ୍ରମଣରେ ଯାଇଥିବା ବେଳେ ପଡିଗଲେ ହାତୀ ହାବୁଡରେ, ଚାଲିଗଲା ଜୀବନ
  • ||

୧୧ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ସର୍ବାଧିକ ୧୧୧୦୮ ପଜିଟିଭ୍

22/05/2021 at 8:45 AM

ଭୁବନେଶ୍ୱର ୨୨।୦୫ : ରାଜ୍ୟରେ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ୧୧୧୦୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୭୯୫୩୦ ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୨୧୯ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୪୮୮୯ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪୫୧ ଜଣ, କଟକରୁ ୯୪୪ ଜଣ, ଅନୁଗୁଳରୁ ୮୬୪ ଜଣ, ସୁନ୍ଦରଗଡ଼ରୁ ୭୦୮ ଜଣ, ମୟୂରଭଞ୍ଜରୁ ୬୩୫ ଜଣ, ବାଲେଶ୍ବରରୁ ୫୦୯ ଜଣ, ଭଦ୍ରକରୁ ୪୮୯ ଜଣ,ପୁରୀରୁ ୪୭୩ ଜଣ, ଯାଜପୁରରୁ ୩୯୬ ଜଣ, ସମ୍ବଲପୁରରୁ ୩୮୪ ଜଣ, ନବରଙ୍ଗପୁରରୁ ୩୫୭ ଜଣ, ବରଗଡ଼ରୁ ୩୩୯ ଜଣ, ନୟାଗଡ଼ାରୁ ୩୩୨ ଜଣ, ଜଗତସିଂହପୁରରୁ ୨୧୮ ଜଣ, ବଲାଙ୍ଗୀରରେ ୨୮୯ ଜଣ, ବୌଦ୍ଧ ୨୭୩ ଜଣ,କୋରାପୁଟରୁ ୨୫୧ ଜଣ,ଗଞ୍ଜାମରୁ ୨୧୪ ଜଣ, ରାୟଗଡ଼ାରୁ ୨୦୯ ଜଣ, ସୋନପୁରରୁ ୧୮୦ ଜଣ,କେନ୍ଦୁଝରରୁ ୧୬୯ ଜଣ, ଗଜପତିରୁ ୧୫୭ ଜଣ, କେନ୍ଦ୍ରାପଡ଼ାରୁ ୧୫୦ ଜଣ, କନ୍ଧମାଳରୁ ୧୩୨ ଜଣ,ଢ଼େଙ୍କାନାଳରୁ ୧୩୧ ଜଣ,ଦେବଗଡ଼ରୁ ୧୨୫ ଜଣ, ନୂଆପଡ଼ାରୁ ୧୧୪ ଜଣ, ମାଲାକାନଗିରିରୁ ୧୦୦ ଜଣ, କଳାହାଣ୍ଡିରୁ ୩୯ ଜଣ, ଏବଂ ଷ୍ଟେଟ୍ ପୋଲ୍‌ରୁ ୨୫୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୬୭୯୫୩୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୯୬୩୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୫୬୭୩୮୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୧୨୪୧୪୦୮ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts