Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୫ ବର୍ଷ ପରେ ଦୁର୍ଲଭ ନାଗାର୍ଜୁନ ବେଶରେ ସଜେଇ ହେବେ ଶ୍ରୀଜିଉ, ଆରମ୍ଭ ହେଲା ପ୍ରସ୍ତୁତି
  • ||
  • କୋଇଲା ଖଣି ଆବଣ୍ଟନ ଦୁର୍ନୀତି ମାମଲାରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ ମିଳିଲା ଜାମିନ
  • ||
  • ମାଲକାନଗିରି : ମାଟି ତଳୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ସହ ବିସ୍ଫୋରକ ସାମଗ୍ରୀ ଜବତ
  • ||
  • ରାଜନଗର : ଭୋଗ ଖାଇ ୧୫୦ ଅସୁସ୍ଥ, ୩୦ ଜଣଙ୍କ ଅବସ୍ଥା ଗୁରୁତର
  • ||
  • ପାରାଦୀପ : ସମୁଦ୍ରରେ ବୁଡିଗଲା ମାଛଧରା ଟ୍ରଲର, ୫ ମତ୍ସ୍ୟଜୀବୀ ଉଦ୍ଧାର, ୪ ନିଖୋଜ
  • ||
  • ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଆଉ ୧୪୮୦କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରେନ୍‌ରେ କଟି ବାପା-ଝିଅ-ପୁଅର ମୃତ୍ୟୁ, ଆତ୍ମହତ୍ୟା ସନ୍ଦେହ
  • ||
  • ବାଇକ୍‌କୁ ଧକ୍କାଦେଲା ହାଇଓ୍ୱା ଟ୍ରକ, ଆରୋହୀ ମୃତ
  • ||

ଭଲ ଖବର: ସୁସ୍ଥ ହେଲେ ଆଉ ୧୧୨ କରୋନା ଆକ୍ରାନ୍ତ

6/06/2020 at 2:59 PM

ଭୁବନେଶ୍ୱର, ୦୬|୦୬:  ଦିନକୁ ଦିନ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିଲେ ମଧ୍ୟ ବହୁ ସଂଖ୍ୟାରେ ଆକ୍ରାନ୍ତ ସୁସ୍ଥ ହେଉଛନ୍ତି । ଶନିବାର ରାଜ୍ୟରେ ଆଉ ୧୧୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ଶନିବାର ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୩ ଜଣ କେନ୍ଦ୍ରାପଡାରୁ ଥିବା ବେଳେ ବଲାଙ୍ଗୀରରୁ ୧୬ ଓ ଯାଜପୁରରୁ ୧୧ ଜମ ରହିଛନ୍ତି । ସେହିପରି ସୁନ୍ଦରଗଡରୁ ୧୦, ଜଗତସିଂପୁରରୁ ୮, ଗଞ୍ଜାମରୁ ୭, ଖୋର୍ଧାରୁ ୭. କଟକ ଓ ସୋନପୁରରୁ ୪ଜଣ ଲେଖାଏଁ ଏବଂ ବାଲେଶ୍ୱର, ପୁରୀ ଓ ସମ୍ବଲପୁରରୁ ୩ଜଣ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସେହିପରି ନୟାଗଡର ୨ ଜଣ ଓ ମୟୂରଭଞ୍ଜର ଜଣେ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ୧୭୧୬ ଆକ୍ରାନ୍ତ ସୁସ୍ଥ ହେଲେଣି ।

ସୂଚନାଯୋଗ୍ୟ, ଶନିବାର ରାଜ୍ୟରେ ଆଉ ୧୭୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୭୮୧ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୦ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ଅନ୍ୟ ୨୩ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

   Related Posts