Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୁଜିବ ଓ ରଶିଦଙ୍କ ଘାତକ ବୋଲିଂ, ସ୍କଟଲାଣ୍ଡକୁ ୧୩୦ ରନରେ ହରାଇଲା ଆଫଗାନିସ୍ତାନ
  • ||
  • ଇଣ୍ଡିଆନ ପ୍ରିମିୟର ଲିଗ୍ (IPL)ରେ ସାମିଲ ହେଲେ ଆଉ ୨ଟି ନୂଆ ଟିମ । ୨ ଟିମ ଅହମ୍ମଦାବାଦ ଏବଂ ଲକ୍ଷ୍ନୌ ଆସନ୍ତାବର୍ଷ ହେବାକୁ ଥିବା ଆଇପିଏଲରେ ଅଂଶଗ୍ରହଣ କରିବେ ।
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୩୬୦ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୧୮୦ ଡିସଚାର୍ଜ
  • ||
  • ସତ ହେଲା ଧୋନୀଙ୍କ ଭବିଷ୍ୟବାଣୀ, ୫ ବର୍ଷ ତଳେ କହିଥିଲେ- ଦିନେ ଏମିତି ହେବ…
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୨୫ କୋଭିଡ୍ ପଜିଟିଭ୍
  • ||
  • ପଡୋଶୀ ଘରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ୨ ପରିବାର ମଧ୍ୟରେ ରକ୍ତାକ୍ତ ସଙ୍ଘର୍ଷ : ୮ ଗୁରୁତର, ବୁଲିଲା ଟାଙ୍ଗିଆ ଓ କଟୁରୀ
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାର : ଧବଳେଶ୍ୱର ପୀଠରେ ୧୪୪ ଧାରା, ମନ୍ଦିର ଖାଁ ଖାଁ
  • ||
  • ୫ ଦିନ ଯାଏଁ ଖସିବନି ପାରଦ, ୨୮ରୁ କାଁ ଭାଁ ବର୍ଷା
  • ||

ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୧୩ କୋଭିଡ୍ ପଜିଟିଭ୍‌, ୩୩୪୭୮୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

28/01/2021 at 11:23 AM

ଭୁବନେଶ୍ବର ୨୮।୦୧: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୧୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୪୭୮୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୭ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୪୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୧୦ଜଣ, ବାଲେଶ୍ୱର ଜିଲ୍ଲାରୁ ୪ଜଣ, ବରଗଡ଼ ଜିଲ୍ଲାରୁ ୮ଜଣ, ଭଦ୍ରକ ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୬ଜଣ, କଟକ ଜିଲ୍ଲାରୁ ୯ଜଣ, ଗଜପତି ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ୧୧ଜଣ, ପୁରୀ ଜିଲ୍ଲାରୁ ଜଣେ, ରାୟଗଡ଼ା ଜିଲ୍ଲାର ଜଣେ, ସମ୍ବଲପୁର ଜିଲ୍ଲାରୁ ୧୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୭ଜଣ, ଷ୍ଟେଟ ପୁଲ୍‌ ୨ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୪୭୮୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୨୮୬ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୧୫୩୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୭୬୩୫୮୮୭ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts