ଖୁସି ଖବର, ସୁସ୍ଥ ହେଲେ ଆଉ ୧୧୪ କରୋନା ସଂକ୍ରମିତ

Published By : Prameya-News7 Bureau | June 14, 2020 IST

ଭୁବନେଶ୍ୱର, ୧୪୦୬ ରାଜ୍ୟରେ ରବିବାର  ୧୧୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ମୋଟ ଆରୋଗ୍ୟ ଲାଭ କରିଥିବା ସଂକ୍ରମିତଙ୍କ ସଂଖ୍ୟା ୨୭୦୮ରେ ପହଁଚିଛି ।

ରବିବାର ସୁସ୍ତ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ସୁନ୍ଦରଗଡରୁ ୩୦, ଖୋର୍ଧାରୁ ୨୩, ଗଞ୍ଜାମରୁ ୧୭, କଟକରୁ ୧୧, ମୟୂରଭଞ୍ଜରୁ ୧୦, ଗଜପତିରୁ ୮, ବରଗଡରୁ ୫ ଓ ନୟାଗଡରୁ ୪ଜଣ ରହିଛନ୍ତି । ସେହିପରି ବଲଙ୍ଗାରରୁ ୩, ବାଲେଶ୍ୱର, କୋରାପୁଟ ଓ ସମ୍ବଲପୁରରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି ।

wp:html /wp:html

ରାଜ୍ୟରେ ହୁ ହୁ ହୋଇ ବଢୁଛି କରୋନା ସଂକ୍ରମିତ ସଂଖ୍ୟା । ରାଜ୍ୟରେ ରବିବାର ଆଉ ୧୮୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୯୦୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୭୧ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ଅନ୍ୟ ୧୫ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.