Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୁଜିବ ଓ ରଶିଦଙ୍କ ଘାତକ ବୋଲିଂ, ସ୍କଟଲାଣ୍ଡକୁ ୧୩୦ ରନରେ ହରାଇଲା ଆଫଗାନିସ୍ତାନ
  • ||
  • ଇଣ୍ଡିଆନ ପ୍ରିମିୟର ଲିଗ୍ (IPL)ରେ ସାମିଲ ହେଲେ ଆଉ ୨ଟି ନୂଆ ଟିମ । ୨ ଟିମ ଅହମ୍ମଦାବାଦ ଏବଂ ଲକ୍ଷ୍ନୌ ଆସନ୍ତାବର୍ଷ ହେବାକୁ ଥିବା ଆଇପିଏଲରେ ଅଂଶଗ୍ରହଣ କରିବେ ।
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୩୬୦ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୧୮୦ ଡିସଚାର୍ଜ
  • ||
  • ସତ ହେଲା ଧୋନୀଙ୍କ ଭବିଷ୍ୟବାଣୀ, ୫ ବର୍ଷ ତଳେ କହିଥିଲେ- ଦିନେ ଏମିତି ହେବ…
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୨୫ କୋଭିଡ୍ ପଜିଟିଭ୍
  • ||
  • ପଡୋଶୀ ଘରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ୨ ପରିବାର ମଧ୍ୟରେ ରକ୍ତାକ୍ତ ସଙ୍ଘର୍ଷ : ୮ ଗୁରୁତର, ବୁଲିଲା ଟାଙ୍ଗିଆ ଓ କଟୁରୀ
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାର : ଧବଳେଶ୍ୱର ପୀଠରେ ୧୪୪ ଧାରା, ମନ୍ଦିର ଖାଁ ଖାଁ
  • ||
  • ୫ ଦିନ ଯାଏଁ ଖସିବନି ପାରଦ, ୨୮ରୁ କାଁ ଭାଁ ବର୍ଷା
  • ||

ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୧୪ କୋଭିଡ୍ ପଜିଟିଭ୍‌, ୩୩୫୦୭୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

31/01/2021 at 11:17 AM

ଭୁବନେଶ୍ବର ୩୧।୦୧: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୧୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୫୦୭୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୮ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୪୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୮ଜଣ, ବାଲେଶ୍ୱର ଜିଲ୍ଲାରୁ ୭ଜଣ, ବରଗଡ଼ ଜିଲ୍ଲାରୁ ୧୧ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୭ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୫ଜଣ, ଜଗତସିଂହପୁର ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୯ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୮ଜଣ, ପୁରୀ ଜିଲ୍ଲାରୁ ୮ଜଣ, ରାୟଗଡ଼ା ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୪ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୨୧ଜଣ, ଷ୍ଟେଟ୍‌ ପୁଲ୍‌ରୁ ୨ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୫୦୭୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୧୫୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୧୯୬୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୭୭୦୯୬୦୬ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts