Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

ଆଜି ଆକ୍ରାନ୍ତକୁ ଟପିଲା ସୁସ୍ଥ ସଂଖ୍ୟା, କରୋନାରୁ ଆରୋଗ୍ୟ ହେଲେ ୧୧୬୧୪

24/05/2021 at 8:49 PM

ଭୁବନେଶ୍ଵର ୨୪।୦୫: ରାଜ୍ୟରେ ଲକ୍‌ଡାଉନ୍‌ ପରେ ମଧ୍ୟ କରୋନା ସଂକ୍ରମଣ ଥମିବାର ନାଁ ଧରୁନାହିଁ। ଦୈନିକ ୧୦ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ମେ ୫ରେ ସ୍ଥିତି ଯାହା ଥିଲା ତାଠୁ ସ୍ଥିତି ବର୍ତ୍ତମାନ ଅଧିକ ବିଗିଡିଛି। ମୃତ୍ୟୁ ସଂଖ୍ୟାରେ ବି ବ୍ରେକ୍ ଲାଗୁନି। ହେଲେ ସଂକ୍ରମିତଙ୍କ ସହ ତାଳ ଦେଇ ସୁସ୍ଥ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ଯାହା ରାଜ୍ୟ ସରକାରଙ୍କ ପାଇଁ ଆଶ୍ଵସ୍ତିକର ବିଷୟ। ଆଜି ଆକ୍ରାନ୍ତଙ୍କଠୁ ସୁସ୍ଥ ସଂଖ୍ୟା ଟପି ଯାଇଛି। ଏହି କ୍ରମରେ ଗତ ୨୪ ଘଣ୍ଟାରେ ଓଡିଶାରେ ୧୧୬୧୪ ଆକ୍ରାନ୍ତ ସୁସ୍ଥ  ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ସୁସ୍ଥ ରୋଗୀଙ୍କ ସଂଖ୍ୟା ୬୦୧୨୨୪ରେ ପହଞ୍ଚିଛି। ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୋମବାର ଟ୍ଵିଟ୍ ଯୋଗେ ଏହାର ସୂଚନା ଦେଇଛି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ବିଭାଗ ଅନୁଯାୟୀ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪୦୭ ଜଣ ଆରୋଗ୍ୟ ହୋଇଛନ୍ତି। ସେହିପରି ସୁନ୍ଦରଗଡ ଜିଲ୍ଲାରୁ ୧୨୦୬, କଟକ  ଜିଲ୍ଲାରୁ ୧୧୮୦, ଅନୁଗୋଳରୁ ୭୦୩, ସମ୍ବଲପୁରରୁ ୫୫୨, ବରଗଡରୁ ୪୧୨, ବଲାଙ୍ଗୀରରୁ ୪୦୦, ପୁରୀରୁ ୩୮୯, ମୟୂରଭଞ୍ଜରୁ ୩୮୮, କଳାହାଣ୍ଡିରୁ ୩୭୫, ଯାଜପୁରରୁ ୩୪୯, ଝାରସୁଗୁଡାରୁ ୩୪୬, ନବରଙ୍ଗପୁରରୁ ୩୪୫, ବାଲେଶ୍ଵରରୁ ୩୦୩, ଭଦ୍ରକରୁ ୨୯୮, ଢେଙ୍କାନାଳରୁ ୨୮୨, ଜଗତସିଂହପୁରରୁ ୨୬୪, ନୟାଗଡରୁ ୨୫୯, ସୋନପୁରରୁ ୨୩୯,  ଗଞ୍ଜାମ ଜିଲ୍ଲାରୁ ୨୩୧ ସଂକ୍ରମିତ କରୋନାରୁ ସୁସ୍ଥ ଲାଭ କରିଛନ୍ତି।

ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୧୦୫୯  ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୭୦୩୪୪୧ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୧୯୩ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୪୮୬୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । କରୋନାରେ ଆଉ ୩୨ ଜଣଙ୍କ ମୃତ୍ୟୁ ଘଟିଛି। ଏହା ପରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୫୧୬କୁ ବୃଦ୍ଧି ଘଟିଛି।

   Related Posts