Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

୧୧ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୧୮୦୫ ପଜିଟିଭ୍

15/05/2021 at 8:19 AM

ଭୁବନେଶ୍ୱର ୧୫।୦୫ : ରାଜ୍ୟରେ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ୧୧୮୦୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୦୦୪୯୨ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୬୧୧ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୫୧୯୪ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୬୬୮ଜଣ, ବାଲେଶ୍ୱର ଜିଲ୍ଲାରୁ ୩୦୩, ବରଗଡ଼ ଜିଲ୍ଲାରୁ ୪୨୧ଜଣ, ଭଦ୍ରକ ଜିଲ୍ଲାରୁ ୩୦୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୩୫୮ଜଣ, ବୌଦ୍ଧ ଜିଲ୍ଲାରୁ ୨୪୬ଜଣ, କଟକ ଜିଲ୍ଲାରୁ ୧୧୯୭ଜଣ, ଦେଓଗଡ଼ ଜିଲ୍ଲାରୁ ୧୦୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୮୦ଜଣ, ଗଜପତି ଜିଲ୍ଲାରୁ ୧୧୫ଜଣ, ଗଞ୍ଜାମ ଜିଲ୍ଲାରୁ ୩୩୧ଜଣ, ଜଗତସିଂହପୁର ଜିଲ୍ଲାରୁ ୨୭୪ଜଣ, ଯାଜପୁର ଜିଲ୍ଲାରୁ ୩୯୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩୨୭ଜଣ, କଳାହାଣ୍ଡି ଜିଲ୍ଲାରୁ ୩୭୭ଜଣ, କନ୍ଧମାଳ ଜିଲ୍ଲାରୁ ୮୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୪୭ଜଣ, କେନ୍ଦୁଝର ଜିଲ୍ଲାରୁ ୧୮୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୪୧୪ଜଣ, କୋରାପୁଟ ଜିଲ୍ଲାରୁ ୧୯୬ଜଣ, ମାଲକାନଗିରି ଜିଲ୍ଲାରୁ ୯୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୭୪ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୩୯ଜଣ, ନୟାଗଡ଼ ଜିଲ୍ଲାରୁ ୨୮୦ଜଣ, ନୂଆପଡ଼ା ଜିଲ୍ଲାରୁ ୩୦୭ଜଣ, ପୁରୀ ଜିଲ୍ଲାରୁ ୩୩୮ଜଣ, ରାୟଗଡ଼ା ଜିଲ୍ଲାରୁ ୧୩୭ଜଣ, ସମ୍ବଲପୁର ଜିଲ୍ଲାରୁ ୫୫୩ଜଣ, ସୋନପୁର ଜିଲ୍ଲାରୁ ୨୧୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୨୦୯ଜଣ, ଷ୍ଟେଟ୍‌ ପୁଲ୍‌ରୁ ୨୮୪ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୬୦୦୪୯୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୮୨୫୯୧୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୪୯୧୬୭୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୦୬୪୭୧ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts