Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୂର୍ବ ଗୋଦାବରୀରେ ଭାରସାମ୍ୟ ହରାଇ ଓଲଟିଲା ଭ୍ୟାନ୍, ୬ ଜଣଙ୍କ ମୃତ୍ୟୁ
  • ||
  • ବୌଦ୍ଧ : ରାସ୍ତା ଉପରେ ପଡିଛି ଯୁବକଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ୩୧ରେ ଆଉ ଏକ ଲଘୁଚାପ ! ଉତ୍ତର ଓ ଉପକୂଳ ଓଡିଶାରେ ବର୍ଷା ସମ୍ଭାବନା
  • ||
  • ରାଉରକେଲା : ସ୍କର୍ପିଓ ଜାଳିଦେଲେ ଦୁର୍ବୃତ୍ତ, ଗାଡିରେ ଥିବା ୩ ଜଣଙ୍କୁ ନିସ୍ତୁକ ମାଡ
  • ||
  • ପରାଜୟ ଧାରା ଭାଙ୍ଗିଲା ଚେନ୍ନାଇ, ୬ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||

ମାଟ୍ରିକ୍ ପରୀକ୍ଷା ଫଳ ପ୍ରକାଶିତ, ଛାତ୍ରଙ୍କ ତୁଳନାରେ ଛାତ୍ରୀଙ୍କ ପାସ୍ ହାର ଅଧିକ

21/05/2019 at 10:02 AM

କଟକ ୨୧|୫: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ଚଳିତ ବର୍ଷର ମାଟ୍ରିକ୍, ମଧ୍ୟମା (ସଂସ୍କୃତ ଟୋଲ) ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି। କଟକ ସ୍ଥିତ ବୋର୍ଡ ମୁଖ୍ୟ କାର୍ଯ୍ୟାଳୟରେ ସକାଳ ୯ଟାରେ ଗଣଶିକ୍ଷା ବିଭାଗ କମିସନର ପ୍ରଦୀପ ମହାପାତ୍ର ପରୀକ୍ଷା ଫଳ ପୁସ୍ତିକାକୁ ଉନ୍ମୋଚନ କରିଛନ୍ତି । ଏହି ସମୟରେ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ବିଭୁ ପ୍ରସାଦ ଷଡଙ୍ଗୀ ,ବୋର୍ଡ ସଭାପତି ଡକ୍ଟର ଜାହାନ୍ ଆରା ବେଗମ୍ ଉପସ୍ଥିତ ଅଛନ୍ତି। ଏ ବର୍ଷ ପାସ୍ ହାର ୭୦.୭୮% ଥିବା ଜଣାଯାଇଛି ।

ଗତବର୍ଷ ତୁଳନାରେ  ଏଥର କମ୍ ସଂଖ୍ୟକ ଛାତ୍ରଛାତ୍ରୀ ପାସ୍ କରିଛନ୍ତି । ୨୮୯ଟି ହାଇସ୍କୁଲରେ ଶତ ପ୍ରତିଶତ ରେଜଲ୍ଟ ହୋଇଛି। ଅପରପକ୍ଷରେ ୮୨ଟି ହାଇସ୍କୁଲରେ କେହି ଜଣେ ବି ପରୀକ୍ଷାର୍ଥୀ ପାସ୍ କରି ନାହାନ୍ତି । ୧୧୮୧ ପରୀକ୍ଷାର୍ଥୀ A-1 ଗ୍ରେଡ୍‌ରେ ପାସ୍‌ କରିଛନ୍ତି । ସେହିଭଳି  A-2ରେ ୯୯୩୮ ଓ B-1ରେ ୨୪୯୯୧ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହୋଇଛନ୍ତି। ଏଥିସହ B2ରେ ୪୬,୩୧୯ , Cରେ ୭୬, ୧୩୯, Dରେ ୧, ୧୬, ୨୬୨ , Eରେ ୧,୨୨,୦୬୭, Fରେ ୧,୬୩,୯୫୪ ପରୀକ୍ଷାର୍ଥୀ ପାସ୍ କରିଛନ୍ତି ।

ଏଥର ପରୀକ୍ଷାରେ ବାଜି ମାରିଛନ୍ତି ଝିଅ । ୧ ଲକ୍ଷ ୯୧ ହଜାର ୬୫୫ ପୁଅ ପାସ୍ କରିଥିବା  ବେଳେ ୨ଲକ୍ଷ ୫ହଜାର ୪୭୦ ଝିଅ ଉତ୍ତୀର୍ଣ୍ଣ ହୋଇଛନ୍ତି। ନିର୍ଦ୍ଧାରିତ ସମୟ ପୂର୍ବରୁ ୱେବ୍‌ସାଇଟ୍‌ରେ ଫଳ ଉପଲବ୍ଧ ହୋଇଥିବା ଜଣାପଡିଛି।  ଝାରସୁଗୁଡା ଜିଲ୍ଲାରେ ପାସ୍‌ ହାର ସର୍ବାଧିକ ୮୫.୪୮% ଥିବା ବେଳେ କୋରାପୁଟ ଜିଲ୍ଲାରେ ପାସ୍‌ ହାର ସର୍ବନିମ୍ନ ୫୦.୬୧% ରହିଛି ।

୭୨.୩୫% ରେଗୁଲାର  ପରୀକ୍ଷାର୍ଥୀ ପାସ୍‌ କରିଥିବା ବେଳେ ଏକ୍ସରେଗୁଲାରରେ ୩୭.୪୩% ପରୀକ୍ଷାର୍ଥୀ ପାସ୍‌ କରିଛନ୍ତି। ୧୦ ହଜାର ଛାତ୍ରଛାତ୍ରୀ ପରୀକ୍ଷାରେ ଅନୁପସ୍ଥିତ ଥିବା ସୂଚନା ମିଳିଛି ।

ଦିନ ୧୧ଟାରେ ପରୀକ୍ଷା ଫଳ ବୋର୍ଡ ୱେବସାଇଟ୍  www.bseodisha.ac.in/ www.bseodisha.nic.in ରେ ଉପଲବ୍ଧ ହେବ। ଯେଉଁ ଅଞ୍ଚଳରେ ଇଣ୍ଟରନେଟ୍ ସୁବିଧା ନାହିଁ, ସେଠାରେ ପିଲାମାନେ ମୋବାଇଲରେ OR10<Roll No> ଟାଇପ୍ କରି 5676750 ନମ୍ବରକୁ SMS କଲେ ପରୀକ୍ଷା ଫଳ ଜାଣିପାରିବେ ବୋଲି ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ବୋର୍ଡ ସଭାପତି ଡକ୍ଟର ଜାହାନ୍ ଆରା ବେଗମ୍ ସୂଚନା ଦେଇଛନ୍ତି।

   Related Posts