Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆସୁଛି ବାତ୍ୟା: ପ୍ରଭାବିତ ହେବ ଓଡ଼ିଶା, ୩ ରାତିରୁ ଉପକୂଳରେ ପ୍ରବଳ ବର୍ଷିବ ଓ ପବନ ବୋହିବ
  • ||
  • ୨୦୧୭ ହତ୍ୟା ଘଟଣାର ଖୋଳତାଡ କରିବ କ୍ରାଇମବ୍ରାଞ୍ଚ, ୪ ପୋଲିସ ଅଧିକାରୀଙ୍କ ବିରୋଧରେ ହତ୍ୟା ମାମଲା ରୁଜୁ
  • ||
  • ମିଚିଗାନ ସ୍କୁଲରେ ୧୫ ବର୍ଷର ଛାତ୍ରର ଉନ୍ମତ୍ତକାଣ୍ଡ, ଆଖିବୁଜା ଗୁଳିମାଡ଼ରେ ୩ ମୃତ
  • ||
  • ଭଦ୍ରକ ବରପଦା ନିକଟରେ ଦୁଇ ଅପରାଧୀଙ୍କୁ ଏନକାଉଣ୍ଟର
  • ||

ତିଗିରିଆ ନୂଆପାଟଣା ଅଞ୍ଚଳରେ ୧୨ ଘଣ୍ଟିଆ ସଟଡାଉନ୍, ସନ୍ଧ୍ୟା ୬ ଯାଏଁ ସବୁ ଠପ୍

12/05/2020 at 7:12 AM

ଆଠଗଡ ୧୨।୫: କଟକ ଜିଲ୍ଲା ତିଗିରିଆ ବ୍ଲକ୍ ନୂଆପାଟଣା ଅଞ୍ଚଳରେ ୧୨ ଘଣ୍ଟିଆ ସଟଡାଉନ୍ । ଦ୍ବିତୀୟ କରୋନା ଆକ୍ରାନ୍ତ ଚିହ୍ନଟ ହେବାପରେ ପ୍ରଶାସନ ସଟଡାଉନ୍ ଘୋଷଣା କରିଛି । ଏହି ସମୟ ମଧ୍ୟରେ ଆକ୍ରାନ୍ତଙ୍କର କଣ୍ଟାକ୍ଟ ଟ୍ରେସିଂ ସହ ସାନିଟାଇଜ କରାଯିବ ।

ଏହି ସଟଡାଉନ୍ ବେଳେ ଅତ୍ୟାବଶ୍ୟକ ସେବାକୁ ଛାଡି ଅନ୍ୟ ସମସ୍ତ ସେବା ବନ୍ଦ ରହିବ । ଦୋକାନ ବଜାର ବନ୍ଦ ରହିବା ସହିତ ଯାନବାହାନ ଯାତାୟତରେ କଟକଣା ଲାଗୁହେବ ।

ମଙ୍ଗଳବାର ସକାଳ ୬ଟାରୁ ଆରମ୍ଭ ହୋଇଥିବା ଏହି ସଟଡାଉନ୍ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବଳବତ୍ତର ରହିବ । ସ୍ଥାନୀୟ ଅଞ୍ଚଳର ସମସ୍ତଙ୍କୁ ଏହି ନିୟମ ପାଳନ କରିବାକୁ ପରାମର୍ଶ ଦିଆଯାଇଛି । କୌଣସି ଆବଶ୍ୟକୀୟ କାମ ନଥିଲେ ବାହାରକୁ ବାହାରିବାକୁ ବାରଣ କରାଯାଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ହୁ ହୁ ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ବର୍ତ୍ତମାନ ସୁଦ୍ଧା ମୋଟ୍ ୪୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୨୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ୮୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

   Related Posts