ରାଜ୍ୟରେ ଚିହ୍ନଟ ହେଲେ ୧୨୦୧ କରୋନା ସଂକ୍ରମିତ, ୨୯୪୪୧୫ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

Published By : Prameya-News7 Bureau | November 03, 2020 IST

ଭୁବନେଶ୍ବର ୦୩।୧୧: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ତେବେ ୨୪ ଘଣ୍ଟା ମଧ୍ୟରେ ୧୨୦୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୯୪୪୧୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୯୭ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୫୦୪ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

wp:html /wp:html

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪୯ଜଣ, ବାଲେଶ୍ୱର ଜିଲ୍ଲାରୁ ୪୮ଜଣ, ବରଗଡ଼ ଜିଲ୍ଲାରୁ ୫୮ଜଣ, ଭଦ୍ରକ ଜିଲ୍ଲାରୁ ୨୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୫୨ଜଣ, ବୌଦ୍ଧ ଜିଲ୍ଲାରୁ ୮ଜଣ, କଟକ ଜିଲ୍ଲାରୁ ୬୯ଜଣ, ଦେଓଗଡ଼ ଜିଲ୍ଲାରୁ ୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୪ଜଣ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୬୧ଜଣ, ଜଗତସିଂହପୁର ଜିଲ୍ଲାରୁ ୭୩ଜଣ, ଯାଜପୁର ଜିଲ୍ଲାରୁ ୨୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩୫ଜଣ, କଳାହାଣ୍ଡି ଜିଲ୍ଲାରୁ ୨୬ଜଣ, କନ୍ଧମାଳ ଜିଲ୍ଲାରୁ ୯ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪୩ଜଣ, କେନ୍ଦୁଝର ଜିଲ୍ଲାରୁ ୩୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୩୨ଜଣ, କୋରାପୁଟ ଜିଲ୍ଲାରୁ ୨୮ଜଣ, ମାଲକାନଗିରି ଜିଲ୍ଲାରୁ ୩୦ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୭୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୪ଜଣ, ନୟାଗଡ଼ ଜିଲ୍ଲାରୁ ୧୪ଜଣ, ନୂଆପଡ଼ା ଜିଲ୍ଲାରୁ ୫୭ଜଣ, ପୁରୀ ଜିଲ୍ଲାରୁ ୪୩ଜଣ, ରାୟଗଡ଼ା ଜିଲ୍ଲାରୁ ୧୫ଜଣ, ସମ୍ବଲପୁର ଜିଲ୍ଲାରୁ ୩୧ଜଣ, ସୋନପୁର ଜିଲ୍ଲାରୁ ୨୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬୭ଜଣ, ଷ୍ଟେଟ ପୁଲ୍‌ରୁ ୨୪ଜଣ ରହିଛନ୍ତି ।

wp:html /wp:html

 ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୯୪୪୧୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୯୧୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୭୯୦୯୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୪୬୮୭୨୭୨ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.