Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାଣ ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ: ୫ ମୃତ, ଅନେକ ଆହତ ହୋଇଛନ୍ତି, କ୍ଷତିପୂରଣ ଘୋଷଣା କଲେ ସିଏମ
  • ||
  • ଆସୁଛି ଲଘୁଚାପ, ୨୮ରୁ ୩ ଦିନ ବର୍ଷିବ: ଦକ୍ଷିଣରେ ହାଲକା ବର୍ଷା ସମ୍ଭାବନା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୫୮୫ ମୃତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୪୯ କୋଭିଡ୍ ପଜିଟିଭ୍
  • ||
  • ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ଅପରାହ୍ନ ୪ଟାରୁ ରାତି ୮ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ
  • ||

ପ୍ରକୋପ ମଧ୍ୟରେ ଆଶ୍ଵସ୍ତିର ଖବର: ଆଜି ସୁସ୍ଥରେ ରେକର୍ଡ, ଆରୋଗ୍ୟ ହୋଇ ଘରକୁ ଫେରିଲେ ୧୨୦୭୭ ଆକ୍ରାନ୍ତ, ସୁନ୍ଦରଗଡରୁ ସର୍ବାଧିକ

16/05/2021 at 8:46 PM

ଭୁବନେଶ୍ଵର ୧୬।୦୫: ରାଜ୍ୟରେ କରୋନା ସଂକ୍ରମଣ ଥମିବାର ନାଁ ଧରୁନାହିଁ। ଦୈନିକ ୧୦ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ମୃତ୍ୟୁ ସଂଖ୍ୟାରେ ବି ବ୍ରେକ୍ ଲାଗୁନି। ଏହା ମଧ୍ୟରେ ଆଜି ରାଜ୍ୟ ପାଇଁ ଆସିଛି ଆଶ୍ଵସ୍ତିକର ଖବର। ଗତ ୨୪ ଘଣ୍ଟାରେ ଓଡିଶାରେ ୧୨୦୭୭ ରେକର୍ଡ ସଂଖ୍ୟାରେ ଆକ୍ରାନ୍ତ ସୁସ୍ଥ  ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ସୁସ୍ଥ ରୋଗୀଙ୍କ ସଂଖ୍ୟା ୫୧୪୫୩୨ରେ ପହଞ୍ଚିଛି। ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ରବିବାର ଟ୍ଵିଟ୍ ଯୋଗେ ଏହାର ସୂଚନା ଦେଇଛି।

ସୁନ୍ଦରଗଡ ଜିଲ୍ଲାରୁ ସର୍ବାଧିକ ୨୦୭୨ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ୧୬୧୧, କଟକ ଜିଲ୍ଲାରୁ ୯୧୬, ଅନୁଗୋଳରୁ ୫୮୦, ସମ୍ବଲପୁରରୁ ୫୪୩, ବରଗଡରୁ୪୬୨, ପୁରୀରୁ ୪୫୩,  ବାଲେଶ୍ଵରରୁ ୪୩୭, ବଲାଙ୍ଗୀରରୁ ୪୩୫, ନବରଙ୍ଗପୁରରୁ ୪୨୯, ଝାରସୁଗୁଡାରୁ ୪୨୫, କଳାହାଣ୍ଡିରୁ ୪୦୧, ଭଦ୍ରକରୁ ୩୮୨ ସଂକ୍ରମିତ ଆରୋଗ୍ୟଲାଭ କରିଛନ୍ତି।

ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୧୭୩୨ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୬୧୨୨୨୪ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୫୬୯ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୫୧୬୩ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । କରୋନାରେ ଆଉ ୧୯ ଜଣଙ୍କ ମୃତ୍ୟୁ ଘଟିଛି। ଏହା ପରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୩୧୩କୁ ବୃଦ୍ଧି ଘଟିଛି।

   Related Posts