ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୨୨ କୋଭିଡ୍ ସଂକ୍ରମିତ, ୩୩୩୫୬୬ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

Published By : Prameya-News7 Bureau | January 19, 2021 IST

ଭୁବନେଶ୍ବର ୧୯।୦୧: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୨୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୩୫୬୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୨ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୫୦ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

wp:html /wp:html

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୧୦ଜଣ, ବାଲେଶ୍ୱର ଜିଲ୍ଲାରୁ ଜଣେ, ବରଗଡ଼ ଜିଲ୍ଲାରୁ ୬ଜଣ, ଭଦ୍ରକ ଜିଲ୍ଲାରୁ ୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୩ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ, ନୂଆପଡ଼ା ଜିଲ୍ଲାରୁ ୬ଜଣ, ପୁରୀ ଜିଲ୍ଲାରୁ ୧୭ଜଣ, ସମ୍ବଲପୁର ଜିଲ୍ଲାରୁ ୨୩ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୬ଜଣ, ଷ୍ଟେଟ ପୁଲ୍‌ରୁ ଜଣେ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୩୫୬୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୮୧୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୯୮୦୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୭୪୨୬୦୯୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.