Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • T20 World Cup: ଇତିହାସ ରଚିଲେ କର୍ଟିସ କାମ୍ପର, ୪ ବଲ୍‌ରେ ନେଲେ ୪ ଓ୍ଵିକେଟ୍
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୫ ଜଣଙ୍କ ଜୀବନ
  • ||
  • ମିଲରେ ଅଗ୍ନିକାଣ୍ଡ: ଜୀବନ ବଞ୍ଚାଇବାକୁ ବିଲଡିଂରୁ ଡେଇଁପଡିଥିଲେ ଶ୍ରମିକ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୪୦ କୋଭିଡ୍ ପଜିଟିଭ୍
  • ||
  • ଲଖିମପୁର ହିଂସା ମାମଲାରେ ସଂଯୁକ୍ତ କିଷାନ ମୋର୍ଚ୍ଚାର ରେଳରୋକ, ୬ ଘଣ୍ଟିଆ ଆନ୍ଦୋଳନ ପାଇଁ ୧୪୪ ଧାରା
  • ||
  • ଫୁଲୁଛି ଜଳକା ନଦୀ, ବିପଦ ସଙ୍କେତ ଉପରେ ଜଳସ୍ତର
  • ||
  • ଚାଲାଣ ବେଳେ ୩୯ ଶ୍ରମିକ ଉଦ୍ଧାର, ଦାଦନ ଖଟିବାକୁ ଯାଉଥିଲେ ବିଜୟନଗରମ୍
  • ||
  • ବଙ୍ଗୋପସାଗରରେ ଟ୍ରପ୍ ଲାଇନ, ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଏଯାଏଁ ମିଳୁନି ବାପା-ପୁଅଙ୍କ ପତ୍ତା, ରବିବାର ନାଗାବଳୀରେ ଭାସି ଯାଇଥିଲେ ଉଭୟ
  • ||

ଆକ୍ରାନ୍ତଙ୍କ ସହ ତାଳ ଦେଇ ବଢୁଛି ସୁସ୍ଥ ସଂଖ୍ୟା, ଆଜି କରୋନାରୁ ଆରୋଗ୍ୟ ହେଲେ ୧୦୨୪୨, ଖୋର୍ଦ୍ଧାରୁ ସର୍ବାଧିକ

18/05/2021 at 7:07 PM

ଭୁବନେଶ୍ଵର ୧୮।୦୫: ରାଜ୍ୟରେ କରୋନା ସଂକ୍ରମଣ ଥମିବାର ନାଁ ଧରୁନାହିଁ। ଦୈନିକ ୧୦ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ମୃତ୍ୟୁ ସଂଖ୍ୟାରେ ବି ବ୍ରେକ୍ ଲାଗୁନି। ହେଲେ ସଂକ୍ରମିତଙ୍କ ସହ ତାଳ ଦେଇ ସୁସ୍ଥ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ରାଜ୍ୟ ପାଇଁ ଆଶ୍ଵସ୍ତିକର ଖବର ଯେ, ଗତ ତିନି ଦିନ ହେବ ୧୦ ହଜାରରୁ ଅଧିକ ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏହି କ୍ରମରେ ଗତ ୨୪ ଘଣ୍ଟାରେ ଓଡିଶାରେ ୧୦୨୪୨ ଆକ୍ରାନ୍ତ ସୁସ୍ଥ  ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ସୁସ୍ଥ ରୋଗୀଙ୍କ ସଂଖ୍ୟା ୫୩୬୫୯୫ରେ ପହଞ୍ଚିଛି। ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ମଙ୍ଗଳବାର ଟ୍ଵିଟ୍ ଯୋଗେ ଏହାର ସୂଚନା ଦେଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪୧୮ କରୋନାରୁ ଆରୋଗ୍ୟଲାଭ କରିଛନ୍ତି। ସୁନ୍ଦରଗଡ ଜିଲ୍ଲାରୁ ୯୪୩, କଟକ ଜିଲ୍ଲାରୁ ୮୮୭, ପୁରୀ ଜିଲ୍ଲାରୁ ୭୦୭, ସମ୍ବଲପୁରରୁ ୬୪୧, କଳାହାଣ୍ଡିରୁ ୪୬୫, ବରଗଡରୁ ୪୪୮, ଅନୁଗୋଳରୁ ୪୩୮, ଝାରସୁଗୁଡାରୁ ୩୩୧, ବାଲେଶ୍ଵରରୁ ୩୦୧, ନବରଙ୍ଗପୁରରୁ ୨୯୧, ବଲାଙ୍ଗୀରରୁ ୨୭୩, ନୟାଗଡରୁ ୨୫୪, ଯାଜପୁରରୁ ୨୨୨, ନୂଆପଡାରୁ ୨୧୪, ମୟୂରଭଞ୍ଜରୁ ୨୦୪ ସଂକ୍ରମିତ କୋଭିଡ୍-୧୯ରୁ ସୁସ୍ଥ ହୋଇଛନ୍ତି।

ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୦୩୨୧ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୬୩୩୩୦୨ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୭୭୯ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୪୫୪୨ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । କରୋନାରେ ଆଉ ୨୨ ଜଣଙ୍କ ମୃତ୍ୟୁ ଘଟିଛି। ଏହା ପରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୩୫୭କୁ ବୃଦ୍ଧି ଘଟିଛି।

   Related Posts