Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାତ୍ୟା ‘ଜଓ୍ଵାଦ’ ପ୍ରଭାବ: ଆସନ୍ତାକାଲି ୧୯ ଜିଲ୍ଲାରେ ସ୍କୁଲ ଛୁଟି
  • ||
  • ରାଜଧାନୀ ଦିଲ୍ଲୀରେ ‘ଓମିକ୍ରନ’ ଆତଙ୍କ ! ବିଦେଶ ଫେରନ୍ତା ୧୨ ରୋଗୀ LNJPରେ ଭର୍ତ୍ତି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୩୯୧ ମୃତ
  • ||
  • ଓ୍ୱାଙ୍ଖଡେ ଟେଷ୍ଟରେ ମୁହାଁମୁହିଁ ହେବେ ଭାରତ ଓ ନ୍ୟୁଜିଲାଣ୍ଡ : ଫେରିଲେ ବିରାଟ, ଦେଖିବାକୁ ମିଳିବ ରୋମାଞ୍ଚକର ଫାଇଟ୍
  • ||
  • ପାଟଣା ରେଞ୍ଜରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ପାଚିଲା ଧାନ
  • ||
  • ଓଡିଶାରେ ବିରଳ ଘଟଣା : ଯୁବକଙ୍କ ପେଟରୁ ବାହାରିଲା ଭ୍ରୂଣ, ୫ ଘଣ୍ଟାର ଅପରେସନ ପରେ ବାହାର କଲେ ଡାକ୍ତର
  • ||
  • ଚିନ୍ତା ବଢାଇଲା ଓମିକ୍ରନ, ଦକ୍ଷିଣ ଆଫ୍ରିକାରେ ଲକଡାଉନ୍: ଭାରତରେ ମଧ୍ୟ ସ୍ଥିତି ସାଂଘାତିକ
  • ||
  • ଓଡିଶାରେ ଘସି ହୋଇଯିବ ଜଓ୍ୱାଦ ! ଉପକୂଳରେ ପ୍ରବଳ ବର୍ଷା, ୯୦ କିମି ବେଗରେ ବହିବ ପବନ
  • ||
  • ଚୋରା କାରବାରରେ ନାବାଳକ : ନବମ ଶ୍ରେଣୀ ଛାତ୍ରଙ୍କ ବ୍ୟାଗରୁ ମିଳିଲା ୨ କେଜି ଅଫିମ
  • ||

ରାଜ୍ୟରେ ଚିହ୍ନଟ ହେଲେ ୧୨୪୭ କରୋନା ସଂକ୍ରମିତ, ୨୮୩୯୪୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

27/10/2020 at 11:13 AM

ଭୁବନେଶ୍ବର ୨୬।୧୦: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ତେବେ ୨୪ ଘଣ୍ଟା ମଧ୍ୟରେ ୧୨୪୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୮୩୯୪୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୨୯ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୫୧୮ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୬୯ଜଣ, ବାଲେଶ୍ୱର ଜିଲ୍ଲାରୁ ୨୩ଜଣ, ବରଗଡ଼ ଜିଲ୍ଲାରୁ ୩୨ଜଣ, ଭଦ୍ରକ ଜିଲ୍ଲାରୁ ୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୬୮ଜଣ, ବୌଦ୍ଧ ଜିଲ୍ଲାରୁ ୩୭ଜଣ, କଟକ ଜିଲ୍ଲାରୁ ୧୦୫ଜଣ, ଦେଓଗଡ଼ ଜିଲ୍ଲାରୁ ୧୬ଜଣ, ଢେଙ୍କାନାଳ ଜିଲ୍ଲାରୁ ୪୦ଜଣ, ଗଞ୍ଜାମ ଜିଲ୍ଲାରୁ ୧୭ଜଣ, ଜଗତସିଂହପୁର ଜିଲ୍ଲାରୁ ୫୪ଜଣ, ଯାଜପୁର ଜିଲ୍ଲାରୁ ୩୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩୫ଜଣ, କଳାହାଣ୍ଡି ଜିଲ୍ଲାରୁ ୪୦ଜଣ, କନ୍ଧମାଳ ଜିଲ୍ଲାରୁ ୧୧ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪୯ଜଣ, କେନ୍ଦୁଝର ଜିଲ୍ଲାରୁ ୪୧ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୦୬ଜଣ, କୋରାପୁଟ ଜିଲ୍ଲାରୁ ୨୬ଜଣ, ମାଲକାନଗିରି ଜିଲ୍ଲାରୁ ୧୧ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୨ଜଣ, ନୟାଗଡ଼ ଜିଲ୍ଲାରୁ ୧୪ଜଣ, ନୂଆପଡ଼ା ଜିଲ୍ଲାରୁ ୩୮ଜଣ, ପୁରୀ ଜିଲ୍ଲାରୁ ୨୨ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୨୪ଜଣ, ସୋନପୁର ଜିଲ୍ଲାରୁ ୧୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯୬ଜଣ, ଷ୍ଟେଟ ପୁଲ୍‌ରୁ ୨୯ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୮୩୯୪୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୬୫୧୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୬୬୧୦୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୪୩୮୫୨୫୯ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts