Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସୁଶିଲ ମୋଦି ରାଜ୍ୟସଭା ପ୍ରାର୍ଥୀ, ରାମବିଳାସ ପାଶଓ୍ବାନଙ୍କ ସ୍ଥାନରେ ଟିକେଟ୍‌ ଦେଲା ବିଜେପି
  • ||
  • ଡିସେମ୍ବର ୧ରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ୍‌ କଲେଜ୍‌, କରୋନା ଗାଇଡ୍‌ଲାଇନ୍‌ ସହ ଏସ୍‌ଓପି ପାଳନ ବାଧ୍ୟତାମୂଳକ
  • ||
  • ବାଜିରାଉତ ବ୍ରିଜ୍‌ ଉପରେ ବସ୍‌ ଉପରକୁ ଗୁଳିମାଡ଼, ଦୁଇ ଯୁବକ ଏବଂ ଜଣେ ଯୁବତୀ ଫେରାର
  • ||
  • ଘୋଷଣା ହେଲା ଧର୍ମପଦ ସମ୍ମାନ, ୨୦୧୬ ରୁ ୨୦ ବର୍ଷ ପାଇଁ ୫ ଜଣଙ୍କୁ ଧର୍ମପଦ ସମ୍ମାନ, ୨୫ ଜଣ ଶିଳ୍ପୀ ହେବେ ସମ୍ବର୍ଦ୍ଧିତ
  • ||
  • ପାଠକ ବାପ-ପୁଅ ଗିରଫ, କୁବେର ଜଙ୍ଗଲ ଅଫିସରଙ୍କ ଅମାପ ସଂପତ୍ତି ଠାବ କରିଛି ଭିଜିଲାନ୍ସ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||

ବ୍ୟାଙ୍କରୁ ବନ୍ଧୁକ ଦେଖାଇ ୧୨ କୋଟି ଲୁଟିନେଲେ ୪ଦୁର୍ବୃତ୍ତ

19/11/2020 at 11:46 AM

କଟକ ୧୯/୧୧: କଟକର ନୟାସଡ଼କ ସ୍ଥିତ IIFL ବ୍ୟାଙ୍କରୁ ବଡ ଧରଣର ଲୁଟ୍ ହୋଇଛି । ବ୍ୟାଙ୍କ୍ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ୧୨ କୋଟି ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ । ଏହାସହ ସୁନା ଅଳଙ୍କାର ମଧ୍ୟ ଲୁଟି ନେଇଛନ୍ତି । ଏହି ଲୁଟ୍‌ ଘଟଣାରେ ୪ ଜଣ ଲୁଟେରା ସାମିଲ ଥିବା ସୂଚନା ମିଳିଛି । ତେବେ ଲୁଟ୍‌ ଖବର ପାଇ ସ୍ଥାନୀୟ ପୋଲିସ ଓ କଟକ ଡିସିପି ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛନ୍ତି ।

ଖବର ଅନୁଯାୟୀ, କଟକର ଏକ ବ୍ୟାଙ୍କରୁ ୧୨କୋଟି ଟଙ୍କାର ଲୁଟ୍ ହୋଇଛି । ନୟାସଡକ IIFL ବ୍ୟାଙ୍କରୁ ସଶସ୍ତ୍ର ଡକାୟତି ହୋଇଛି । ସକାଳୁ ବ୍ୟାଙ୍କ୍ ଖୋଲିଲା ବେଳେ ବ୍ୟାଙ୍କ୍ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ୧୨ କୋଟି ଟଙ୍କା ଓ ସୁନା ଅଳଙ୍କାର ଲୁଟି ନେଇଛନ୍ତି ଦୁର୍ବୃତ୍ତ । ୪ ଜଣ ଲୁଟେରା ଏହି କାଣ୍ଡ ଘଟାଇଛନ୍ତି ବୋଲି ଜଣାପଡ଼ିଛି । ଘଟଣାସ୍ଥଳରେ କଟକ ଡିସିପି ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି । ସିସିଟିଭି ଫୁଟେଜ୍ ଆଧାରରେ ତଦନ୍ତ ଜାରି ରହିଥିବା ବେଳେ ବ୍ୟାଙ୍କ୍ କର୍ମଚାରୀଙ୍କୁ ପଚରାଉଚରା କରାଯାଉଛି । ଏପର୍ଯ୍ୟନ୍ତ ଲୁଟେରାଙ୍କ ସନ୍ଧାନ ମିଳିନଥିବା ବେଳେ ତଦନ୍ତ ଜାରି ରଖିଛି ପୋଲିସ ।

   Related Posts