Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୁଜିବ ଓ ରଶିଦଙ୍କ ଘାତକ ବୋଲିଂ, ସ୍କଟଲାଣ୍ଡକୁ ୧୩୦ ରନରେ ହରାଇଲା ଆଫଗାନିସ୍ତାନ
  • ||
  • ଇଣ୍ଡିଆନ ପ୍ରିମିୟର ଲିଗ୍ (IPL)ରେ ସାମିଲ ହେଲେ ଆଉ ୨ଟି ନୂଆ ଟିମ । ୨ ଟିମ ଅହମ୍ମଦାବାଦ ଏବଂ ଲକ୍ଷ୍ନୌ ଆସନ୍ତାବର୍ଷ ହେବାକୁ ଥିବା ଆଇପିଏଲରେ ଅଂଶଗ୍ରହଣ କରିବେ ।
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୩୬୦ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୧୮୦ ଡିସଚାର୍ଜ
  • ||
  • ସତ ହେଲା ଧୋନୀଙ୍କ ଭବିଷ୍ୟବାଣୀ, ୫ ବର୍ଷ ତଳେ କହିଥିଲେ- ଦିନେ ଏମିତି ହେବ…
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୨୫ କୋଭିଡ୍ ପଜିଟିଭ୍
  • ||
  • ପଡୋଶୀ ଘରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ୨ ପରିବାର ମଧ୍ୟରେ ରକ୍ତାକ୍ତ ସଙ୍ଘର୍ଷ : ୮ ଗୁରୁତର, ବୁଲିଲା ଟାଙ୍ଗିଆ ଓ କଟୁରୀ
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାର : ଧବଳେଶ୍ୱର ପୀଠରେ ୧୪୪ ଧାରା, ମନ୍ଦିର ଖାଁ ଖାଁ
  • ||
  • ୫ ଦିନ ଯାଏଁ ଖସିବନି ପାରଦ, ୨୮ରୁ କାଁ ଭାଁ ବର୍ଷା
  • ||

କୁମ୍ଭମେଳା ଫେରନ୍ତା ୧୩ଜଣ କରୋନା ପଜିଟିଭ୍, ରେଳ ଯାତ୍ରୀଙ୍କ ରିପୋର୍ଟ ଯାଞ୍ଚ କଡାକଡି

20/04/2021 at 10:32 AM

କଟକ ୨୦।୪: ରାଜ୍ୟରେ ପୁଣି ଥରେ କାୟା ମେଲାଇବାକୁ ଲାଗିଲାଣି କରୋନା । କରୋନାର ଦ୍ବିତୀୟ ଲହରରେ ଚିନ୍ତା ବଢାଇଲେଣି କୁମ୍ଭ ମେଳା ଫେରନ୍ତା । ତେବେ କୁମ୍ଭ ମେଳାରୁ କଟକକୁ ଫେରିଥିବା ୩୦ ଜଣଙ୍କ ମଧ୍ୟରୁ ୧୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । କୁମ୍ଭ ମେଳା ଫେରନ୍ତା ପଜିଟିଭ ଚିହ୍ନଟ ପରେ ରେଳ ଯାତ୍ରୀଙ୍କ କରୋନା ରିପୋର୍ଟ ଯାଞ୍ଚ କଡାକଡି କରାଯାଇଛି । ମଙ୍ଗଳବାର ମଧ୍ୟ ୨ରୁ ୩ଟି ଟ୍ରେନରେ କୁମ୍ଭ ମେଳାରେ ସାମିଲ ହୋଇଥିବା ଲୋକେ ଫେରିବାର ସମ୍ଭାବନା ରହିଛି । ଏ ନେଇ ସିଏମସି କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୭୭୪୬୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୭୮୨୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୪୭୬୩୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାସହ କରୋନା ଯୋଗୁଁ ୧୯୫୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୯୬୬୮୪୦୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ଅନ୍ୟପଟେ କଟକ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧୩୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୪୨୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୯୭୪୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାସହ କରୋନା ଯୋଗୁଁ ୧୪୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

   Related Posts