ରାଜ୍ୟରେ ଖସୁଛି କରୋନା, ୨୪ ଘଣ୍ଟାରେ ବାହାରିଲେ ୧୩ ପଜିଟିଭ୍

Published By : Prameya-News7 Bureau | May 18, 2022 IST

ଭୁବନେଶ୍ୱର ୧୮।୦୫ : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୩୨୭ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୫ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

wp:html /wp:html

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ  ବାଲେଶ୍ୱର ଜିଲ୍ଲାରୁ ୩ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୨ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ଷ୍ଟେଟ ପୁଲ୍‌ରୁ ଜଣେ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୩୨୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୯୦୨୫ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୫୬୯୩୪୨ସାମ୍ପୁଲ ଟେଷ୍ଟ୍ ହୋଇଛି ।    

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.