ଯାଜପୁର ରସଲପୁର ବ୍ଲକ୍‌ର ୩ଟି ପଞ୍ଚାୟତର ୧୩ଟି ଗାଁ କଣ୍ଟେଟମେଣ୍ଟ ଜୋନ୍ ଘୋଷଣା

Published By : Prameya-News7 Bureau | May 06, 2020 IST

ଯାଜପୁର ୬।୫ : ଯାଜପୁର ଜିଲ୍ଲା ରସଲପୁର ବ୍ଲକର ୩ ପଞ୍ଚାୟତର ୧୩ଟି ଗାଁକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି । ୧୪ ଦିନ ପାଇଁ କଣ୍ଟେନମେଣ୍ଟ ଅଞ୍ଚଳ ଭାବେ ଘୋଷଣା କରିଛି ଜିଲ୍ଲା ପ୍ରଶାସନ ।

ସୂଚନାଯୋଗ୍ୟ ଯେ, ଯାଜପୁର ଜିଲ୍ଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି । ଯାଜପୁର ଜିଲ୍ଲାରେ ଆଜି ଦୁଇ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ତେବେ ଏହାକୁ ମିଶାଇ ଯାଜପୁରରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୫୫ରେ ପହଞ୍ଚିଛି ।

ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୮୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୧୭ଟି ଆକ୍ଟିଭ କେସ୍‌ ରହିଥିବା ବେଳେ ୬୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨ ଜଣଙ୍କର କରୋନାରେ ମୃତ୍ୟୁ ହୋଇସାରିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.