ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୦ କୋଭିଡ୍ ସଂକ୍ରମିତ, ୩୩୪୪୩୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

Published By : Prameya-News7 Bureau | January 25, 2021 IST

ଭୁବନେଶ୍ବର ୨୫।୦୧: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୩୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୪୪୩୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୬ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୫୪ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

wp:html /wp:html

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୩ଜଣ, ବାଲେଶ୍ୱର ଜିଲ୍ଲାରୁ ୬ଜଣ, ବରଗଡ଼ ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୭ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଗଜପତି ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୪ଜଣ, ଯାଜପୁର ଜିଲ୍ଲାରୁ ୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୯ଜଣ, କଳାହାଣ୍ଡି ଜିଲ୍ଲାରୁ ୫ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, କେନ୍ଦୁଝର ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୬ଜଣ, ନବରଙ୍ଗପୁର ଜିଲ୍ଲରାୁ ୩ଜଣ, ନୂଆପଡ଼ା ଜିଲ୍ଲାରୁ ୬ଜଣ, ପୁରୀ ଜିଲ୍ଲାରୁ ୭ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୧୪ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୩୨ଜଣ, ଷ୍ଟେଟ୍‌ ପୁଲ୍‌ରୁ ଜଣେ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୪୪୩୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୨୭ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୧୧୪୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୭୫୬୮୨୧୬ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.